ବୁଲ୍‍ବୁଲ୍‍’ ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ

Spread the love

ଭୁବନେଶ୍ବର, ୯/୧୧ (ସନ୍ଧାନ ନିଉଜ) : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ବୁଲ୍‍ବୁଲ୍‍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ଧରି ଲାଗିରହିବ। ପଶ୍ଚିମବଙ୍ଗ-ବାଂଲାଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ସାଗରଦୀପ-ଖେପୁପରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବୁଲ୍‍ବୁଲ୍‍ । ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୧୧୫ ରୁ ୧୨୫ କିଲୋମିଟର ମଧ୍ୟରେ ରହିବ ଏବଂ ବେଳେବେଳେ ପବନର ବେଗ ବଢି ଘଣ୍ଟାପ୍ରତି ୧୪୦ କିଲୋମିଟର ରହିବ ବୋଲି ସ୍ବତନ୍ତ୍ର ରିଲିଫ କମିସନରଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Related Posts

About The Author

Add Comment