ସାନଖେମୁଣ୍ଡି, ୦୨.୦୨.୨୦୨୧(ସନ୍ଧାନ ନିଉଜ୍):- ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ମୃତ୍ୟୁ । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ । ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବାଉଁଶିଆ ଗାଁରେ ରବିବାର ମଧ୍ୟରାତ୍ରିରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା । ଗୁରୁତର ଅବସ୍ଥାରେ ଯୁବକଙ୍କୁ ଚିକିତ୍ସା ପାଇଁ ପ୍ରଥମେ ପୋଲସରା ଓ ପରେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ଘଟିଛି । ମୃତ ଯୁବକ ଜଣଙ୍କ ହେଲେ ସୁଶାନ୍ତ ବିଶ୍ଵାଳ ବୋଲି ଜଣାପଡିଛି । ବାଉଁଶିଆ ଗାଁର ଆମ୍ଵତୋଟାଠାରେ ସେ ମଦ ବିକ୍ରି କରୁଥିଲେ । ସସେପଟେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ଘଟଣାର ପ୍ରକୃତ କାରଣ ଜଣାପଡିନାହିଁ । ୩ ଜଣ ଦୁର୍ବୃତ୍ତ ଏହି ହତ୍ୟାକାଣ୍ଡ ଘଟାଇଥିବା ସୂଚନା ମିଳିଛି ।