ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୩ ଜଣଙ୍କ ମୃତ୍ୟୁ, ୬ ଜଣ ଗୁରୁତର

Spread the love

ଚଣ୍ଡିଖୋଲ – ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ଚାରିନଙ୍ଗଳଠାରେ ଆଜି ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଏକ ପିକ୍‌ଅପ୍‌ ପଛରୁ ପିଟିବାରୁ ୩ ଜଣଙ୍କ ମୃତ୍ୟୁ ହୋଇଛି ଓ ୬ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ୨ ମହିଳା ଥିବା ଜଣାଯାଇଛି।

ସୂଚନା ଅନୁଯାୟୀ, ଆଜି ସକାଳେ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ୭ ଜଣ ଶୁଖୁଆ ବେପାରୀ ପାରାଦୀପ ଅଭିମୁଖେ ଯାଉଥିଲେ। ଉକ୍ତ ଭ୍ୟାନ୍‌ ଆଗରେ ଡ୍ରାଇଭର ଓ ହେଲପର ଥିବା ବେଳେ ମହିଳା ଓ ପୁରୁଷ ଶୁଖୁଆ ବେପାରୀ ଗାଡ଼ି ଡାଲାରେ ବସିଥିଲେ। ଗାଡ଼ିଟି ଚଣ୍ଡିଖୋଲରୁ ପାରାଦ୍ୱୀପ ଅଭିମୁଖେ ଯାଉଥିବା ବେଳେ ଚାରିନଙ୍ଗଲ ନିକଟରେ ରାସ୍ତା ପାର୍ଶ୍ୱରେ ଏକ ଆଇରନ୍‌ ବୋଝେଇ ଟ୍ରକ୍‌ ଛିଡ଼ା ହୋଇଥିଲା। ପିକ୍‌ଅପ୍‌ ଭ୍ୟାନଟି ଦ୍ରୁତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଟ୍ରକ୍‌ ପଛ ପଟେ ପିଟି ହୋଇ ଯାଇଥିଲା।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ପିକ୍‌ଅପ୍‌ ଭ୍ୟାନ୍‌ର ସମ୍ମୁଖ ଅଂଶ ସମ୍ପୂର୍ଣ୍ଣ ଚେପା ହୋଇ ଯାଇଥିବା ବେଳେ ଗାଡ଼ିରେ ଥିବା ଲୋକେ ଛିଟିକି ଦୂରରେ ପଡ଼ିଥିଲେ। ଏହି ଦୁର୍ଘଟଣାରେ ଗାଡ଼ିରେ ଚାପି ହୋଇ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା ଓ ୮ ଜଣ ଗୁରୁତର ହୋଇଥିଲେ ।

Related Posts

About The Author

Add Comment