ମାଡି ଆସୁଛି ଝଡବର୍ଷା : ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Spread the love
ଭୁବନେଶ୍ୱର ୧୨/୦୩ /୨୦ (ସନ୍ଧାନ ନିଉଜ) ଆସୁଛି ଝଡ଼ବର୍ଷା। ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ଲାଗିରହିବ। ସ୍ଥାନେ ସ୍ଥାନେ କୁଆପଥର ପଡ଼ିବାର ସମ୍ଭାବନା ବି ରହିଛି। ଉପକୂଳ ଓଡ଼ିଶାରେ ଘଣ୍ଟାପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ତିନି ଦିନ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ କରିବାକୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ଯେ ଗୁରୁବାର ମଧ୍ୟାହ୍ନ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ ଓ ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ କୁଆପଥର ବର୍ଷା ହେବ। ତେଣୁ ଉକ୍ତ ୫ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ କୁହାଯାଇଛି। ଏଥିସହ ଉତ୍ତର କେନ୍ଦ୍ରୀୟ ଓଡ଼ିଶା ଜିଲ୍ଲା, ବଲାଙ୍ଗୀର, ସୋନପୁର, କଟକ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ୩୦ରୁ ୪୦ କିମି ବେଗରେ ପବନ ବହିବ। ତେଣୁ ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Related Posts

About The Author

Add Comment