ମା ତାରିଣୀ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ : ୭ ଗୁରୁତର, ୧୦ ଆହତ

Spread the love

ବାରିପଦା,୨୮/୧୨/୨୦୨୦(ସନ୍ଧାନ ନିଉଜ୍/ ଲିଙ୍ଗରାଜ ପଣ୍ଡା):ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତୁ ଲାଠିକଟାରୁ ରାଉରକେଲା ଅଭିମୁଖେ ଯାଉଥିବା ମାତାରିଣୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ୧୪୩ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥ ବାଲୁଘାଟ ନିକଟରେ ବସଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛରେ ପିଟି ହୋଇଥିଲା । ବସରେ ଥିବା ଯାତ୍ରୀ ମାନଙ୍କ ମଧ୍ୟରୁ ୭ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୧୦ ଜଣ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଆହତ ଏବଂ ଗୁରୁତରଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ବର୍ତ୍ତମାନସୁଦ୍ଧା ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ କୌଣସି ସୂଚନା ମିଳି ପାରି ନାହିଁ ।

Related Posts

About The Author

Add Comment