ଭୁବନେଶ୍ୱର, ୨୬/୧୦ (ସନ୍ଧାନ ନିଉଜ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନେଇଛନ୍ତି । ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏଁ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବେ । ଏହିସବୁ ପୋଲିସ ଷ୍ଟେସନରେ ଶିଶୁମାନଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା କରାଯିବ । ଏହି ସବୁ ଥାନାରେ ସ୍ୱତନ୍ତ୍ର ଲୋଗୋ ଓ ଫଳକ ରହିବା ସହିତ ପିଲାଙ୍କ ପାଇଁ ଛୋଟ ପୁସ୍ତକାଗାର ମଧ୍ୟ କରାଯିବ ବିଭିନ୍ନ ସମୟରେ ବିଭିନ୍ନ କାରଣରୁ ଆଇନର ପରିସରକୁ ଆସୁଥିବା ଅନେକ ପିଲା ତଥା ସହାୟତା ଆବଶ୍ୟକତା କରୁଥିବା ପିଲାମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଏହି ନିଷ୍ପତ୍ତି ନେଇଛନ୍ତି । ଏହିସବୁ ପୋଲିସ ଷ୍ଟେସନରେ ଶିଶୁମାନଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା କରାଯିବ ।
ରାଜ୍ୟର ୩୪ଟି ପୋଲିସ ଜିଲ୍ଲାରେ ପ୍ରତିଷ୍ଠା ହେବ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ
|
October 26, 2021 |



