ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଦିଆଯାଇଛି ୨୭.୨୮ କୋଟି ଡୋଜରୁ ଅଧିକ ଟିକା

Spread the love

ଭୁବନେଶ୍ୱର, ୧୬/୦୬/୨୦୨୧ (ସନ୍ଧାନ ନିଉଜ) : ଦେଶବ୍ୟାପୀ ଟିକାକରଣ ଅଭିଯାନର ଅଂଶସ୍ୱରୂପ ଭାରତ ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ସହାୟତା ରୂପେ ମାଗଣାରେ କୋଭିଡ ଟିକା ଯୋଗାଇ ଦେଉଛନ୍ତି। ଏଥିସହ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଯେପରି ସିଧାସଳଖ ଟିକା କ୍ରୟ କରିପାରିବେ ସେନେଇ ମଧ୍ୟ ଭାରତ ସରକାର ସୁବିଧା କରାଇଛନ୍ତି। ଟିକାକରଣ, ପରୀକ୍ଷଣ, ଚିହ୍ନଟ, ଚିକିତ୍ସା ଓ କୋଭିଡ ନିୟମାବଳୀ ପାଳନ ମହାମାରୀ ନିୟନ୍ତ୍ରଣ ଓ ପରିଚାଳନା ପାଇଁ ଭାରତ ସରକାରଙ୍କ ବିସ୍ତୃତ ରଣନୀତିର ଅଂଶବିଶେଷ।

                      କୋଭିଡ-୧୯ ଟିକାକରଣର ଉଦାର ଓ ତ୍ୱରିତ ପର୍ଯ୍ୟାୟ-୩ ମେ ୦୧, ୨୦୨୧ରୁ ଆରମ୍ଭ ହୋଇଛି।ଏହି ରଣନୀତି ଅନୁଯାୟୀ, ଭାରତ ସରକାର ପ୍ରତ୍ୟେକ ମାସରେ କେନ୍ଦ୍ରୀୟ ଔଷଧ ଗବେଷଣାଗାର (ସିଡିଏଲ) ମଞ୍ଜୁରୀ ପ୍ରାପ୍ତ ଯେକୌଣସି ନିର୍ମାତାଙ୍କ ଦ୍ୱାରା ପ୍ରସ୍ତୁତ ଟିକାର ୫୦% କ୍ରୟ କରିବେ। ଭାରତ ସରକାର ପୂର୍ବଭଳି ଏହି ଟିକାର ଡୋଜ ଗୁଡ଼ିକୁ ବିନା ମୂଲ୍ୟରେ ରାଜ୍ୟ ସରକାରମାନଙ୍କୁ ଯୋଗାଇ ଦେବେ। ବର୍ତ୍ତମାନ ସୁଦ୍ଧା ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଉଭୟ ବିନା ମୂଲ୍ୟରେ ଏବଂ ରାଜ୍ୟମାନଙ୍କ ଦ୍ୱାରା ପ୍ରତ୍ୟକ୍ଷ କ୍ରୟ ପ୍ରକ୍ରିୟାରେ ୨୭.୨୮ କୋଟି ଡୋଜରୁ ଅଧିକ (୨୭, ୨୮, ୩୧, ୯୦୦) ଟିକା ଉପଲବ୍ଧ କରାଇଛନ୍ତି। ଏଥିମଧ୍ୟରୁ ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ ୨୫, ୪୫, ୪୫, ୬୯୨ ଡୋଜ ଟିକା (ଆଜି ସକାଳ ୮ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ) ବିନିଯୋଗ ହୋଇଛି।ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ନିକଟରେ ୧.୮୨ କୋଟି (୧, ୮୨, ୮୬, ୨୦୮) ଡୋଜରୁ ଅଧିକ କୋଭିଡ ଟିକା ବିନିଯୋଗ ହେବା ପାଇଁ ଉପଲବ୍ଧ ରହିଛି।

Related Posts

About The Author

Add Comment