ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି

Spread the love

ଭୁବନେଶ୍ୱର,ସନ୍ଧାନ ନ୍ୟୁଜ: ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏନେଇ ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ୱାରା ଉପକୃତ ହେବେ ।ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ, କୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକ ମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ ।

Related Posts

About The Author

Add Comment