ଭୁବନେଶ୍ବର, ୨୭/୯ (ସନ୍ଧାନ ନିଉଜ) : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ବରରେ ପହଁଞ୍ଚିଛନ୍ତି । ବାୟୁସେନାର ସ୍ବତନ୍ତ୍ର ବିମାନ ‘ରାଜକମଲ’ ଯୋଗେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତାଙ୍କ ପତ୍ନୀ ସବିତା କୋବିନ୍ଦ ସହ ଭୁବନେଶ୍ବର ବିମାନ ବନ୍ଦରରେ ପହଁଞ୍ଚିଛନ୍ତି।
ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଚନ୍ଦ୍ର ଷଢଙ୍ଗୀ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ପୁଲିସ ଡିଜି ଡ଼କ୍ଟର ବିଜୟ କୁମାର ଶର୍ମା ପ୍ରମୁଖ ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇଥିଲେ।