ବାଲିଗୁଡା:୨୫/୦୫/୨୨(ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ):ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ରନାଥ ସ୍ବାଇଁ । ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡି ବସିଛି ଭିଜିଲାନ୍ସ । ୪ଟି ପୋଖରୀ ଖୋଳା କାମ ବାବଦରେ ବିଲ କରିବା ପାଇଁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଲାଞ୍ଚ ନେଲା ବେଳେ କୁର୍ତ୍ତମଗଡ଼ ଠାରେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଛନ୍ତି । ତାଙ୍କ ନିକଟରୁ ରଙ୍ଗବୋଳା ଟଙ୍କା ଜବତ କରାଯାଇଛି । ଏଥିସହ ନଗେନ୍ଦ୍ରନାଥଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ ଚଢ଼ାଉ ଜାରି ରହିଛି ।ସୂଚନା ଅନୁସାରେ, ଜଳଛାୟା ବିଭାଗ ପକ୍ଷରୁ ତୁମୁଡିବନ୍ଧ ବ୍ଲକ କୁର୍ତମଗଡ଼ ପଞ୍ଚାୟତ ଡୁ଼ପୀ, ଇଡିପଦର ଗାଁରେ ୪ଟି ପୋଖରୀ ଖନନ କାର୍ଯ୍ୟ ହୋଇଥିଲା । ଏହାର ବିଲ କରିବା ପାଇଁ ପ୍ରକଳ୍ପ ସହାୟକ ନଗେନ୍ଦ୍ରନାଥ ହିତାଧିକାରୀଙ୍କୁ ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ହିତାଧିକାରୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ପୂର୍ବ ଯୋଜନା ମୁତାବକ ହିତାଧିକାରୀ ଜଣକ କୁର୍ତମଗଡ଼ରେ ତାଙ୍କୁ ଟଙ୍କା ଦେବା ବେଳେ ଭିଜିଲାନ୍ସ କର୍ମଚାରୀ ତାଙ୍କୁ ମାଡି ବସିଥିଲେ । ଏ ନେଇ ଭିଜିଲାନ୍ସ କେଶ ନଂ.୦୬/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଅବ୍ୟାହତ ରଖିଥିବା ଜଣାପଡିଛି l
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡିଲେ ଜଳଛାୟା ପ୍ରକଳ୍ପ ସହାୟକ
|
May 26, 2022 |
![](https://sandhannews.com/wp-content/uploads/2022/05/b6e01a02195390bb4801db74ce7d07336c7373f53eb9e0fa4cb25ec0449592ea.0.jpg)