ଶାମ୍ବ ଦଶମୀ ପାଳନର ତାତ୍ପର୍ଯ୍ୟ

Spread the love

୫/୧/୨୦୨୦ (ସନ୍ଧାନ ନିଉଜ) : ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ।ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାର ପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ।ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବ ଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ।ଶାମ୍ବ ଦଶମୀକୁ ଚାନ୍ଦ୍ରମାନ ବର୍ଷର ଶେଷ ପର୍ବ କହିବାର ତାତ୍ପର୍ଯ୍ୟ ହେଉଛି ଏହାପରେ ଚିତାଲାଗି ଅମାବାସ୍ୟା ପର୍ଯ୍ୟନ୍ତ ପ୍ରାୟ ଛଅମାସ ପର୍ଯ୍ୟନ୍ତ ଆଉ ଏତେ ପିଠାପଣାର ପର୍ବ ପଡ଼େ ନାହିଁ।କୃଷିପ୍ରଧାନ ରାଜ୍ୟ ଓଡ଼ିଶାରେ ଏହି ସମୟ ପନିପରିବାର ପ୍ରାଚୁର୍ଯ୍ୟର ସମୟ।ବିଭିନ୍ନ ପନିପରିବାରେ ଏହି ପର୍ବରେ ଯେଉଁ ତରକାରୀ ପ୍ରସ୍ତୁତ ହୁଏ, ତାକୁ “ଘଡ଼ଘଡ଼ା ତିଅଣ” କୁହାଯାଏ।ଏହି ପର୍ବର ମୁଖ୍ୟ ହେଉଛି ଏହି ଘାଣ୍ଟ ତରକାରୀ ବା ଘଡ଼ାଘଡ଼ା ତିଅଣ।

Related Posts

About The Author

Add Comment