ଶିକ୍ଷା ନିକେତନର ଊନବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

Spread the love

ବାଲିଗୁଡ଼ା, ୧୫/୦୨:(ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ଅଗ୍ରଣୀ ଶିକ୍ଷାନୁଷ୍ଠାନ “ଶିକ୍ଷା ନିକେତନ” ର ଊନବିଂଶତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ  ମହାସମାରୋହରେ ପାଳିତ ହୋଇଯାଇଛି। ସଭା ପ୍ରାରମ୍ଭ ପୂର୍ବରୁ ଫୁଲ୍ଓ୍ଵାମା ଶହୀଦ ଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଧାୟକ ଚକ୍ରମଣି କହଁର ଯୋଗ ଦେଇ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ଜଳନ କରି ଉଦଘାଟନ କରିଥିଲେ l  ସମ୍ମାନିତ ଅତିଥି ଭାବେ କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲିକ, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ଅନୁଷ୍ଠାନର ପ୍ରତିଷ୍ଠାତା ତଥା ସଭାପତି ରାଜକିଶୋର ପାଢ଼ୀ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ଅଧ୍ୟକ୍ଷା  ରେଖାରାଣୀ ମହାପାତ୍ର ବାର୍ଷିକ ବିବରଣୀ ପଠନ କରିଥିଲେ l  ବି. ମଲ୍ଲ, ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ଭଗବତୀ ଦେଇ, ସଚଳା ମିଶ୍ର, ସନ୍ତୋଷ କୁମାର ପାତ୍ର ପ୍ରମୁଖ ଉପଦେଷ୍ଟା ମଣ୍ଡଳୀ ର ସଦସ୍ୟ ସଦସ୍ୟ।ମାନେ ଯୋଗ ଦେଇଥିଲେ। ସନ୍ଧ୍ୟାରେ ଅନୁଷ୍ଠାନ ର ଶିଶୁ କିଶୋର କଳାକାର ମାନେ ଅଭିନୟ କରି ଦର୍ଶକଙ୍କୁ ବେଶ୍ ମନ କିଣି ପାରିଥିଲେ। ବିଭିନ୍ନ ପ୍ରତିଯୋଗିତା ର କୃତୀ ଛାତ୍ର ଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଶେଷରେ ଶ୍ରୀ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ l

Related Posts

About The Author

Add Comment