ଶୁକ୍ରବାର ଓଡ଼ିଶାରେ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ

Spread the love

ଭୁବନେଶ୍ୱର, ୨୨/୦୫/୨୦ (ସନ୍ଧାନ ନିଉଜ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତରେ ଆସୁଛନ୍ତି। ବାତ୍ୟା ଅମ୍ପନ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିବେ। ଏଥିସହ ଓଡିଶାରେ କ୍ଷୟକ୍ଷତି ସମୀକ୍ଷା କରିବେ ବୋଲି ଜଣାପଡିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀ ଅମ୍ପନ ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ଦେଖିବା ସହ ରିଲିଫ ଓ ପୁନଃ ଥଇଥାନ ବାବଦରେ ଉଭୟ ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରିବେ।

Related Posts

About The Author

Add Comment