ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ

Spread the love

ବାରିପଦା, 30.01.2021 (ସନ୍ଧାନ ନିଉଜ୍): ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ବାସ୍ଥ୍ୟ, ଶ୍ରମ ବିଭାଗର ୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ବିରୋଧରେ ଦୁର୍ନୀତି ମାମଲା ଥିବାବେଳେ, ୨ ଜଣଙ୍କୁ ଅପାରଗତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେମାନେ ହେଲେ ଖଣି ବିଭାଗର ଉପନିର୍ଦ୍ଦେଶକ ମଦନ ମୋହନ ବିଶ୍ବାଳ, ଖଣି ଅଧିକାରୀ ଗ୍ରୁପ-କ ପାହ୍ୟାର ଅଧିକାରୀ ରମେଶ ଚନ୍ଦ୍ର ମହାଲିକ, ବଲାଙ୍ଗୀର ମୂରିବାହାଲ ଫରେଷ୍ଟ ରେଞ୍ଜ ଅଫିସର ପ୍ରଶାନ୍ତ କୁମାର ନାୟକ, ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟର ନାରାୟଣ ପ୍ରଧାନ, ଜଂଗଲ ବିଭାଗର ସହକାରୀ ବନ ସଂରକ୍ଷକ ଲକ୍ଷ୍ଣଣ କୁମାର ପ୍ରଧାନ, ଜଙ୍ଗଲ ବିଭାଗର ରେଞ୍ଜ ଅଫିସର ଭରତ କୁମାର ଘଡେଇ, ରାୟଗଡା ଜିଲ୍ଲା ଶ୍ରମ ଅଧିକାରୀ ପ୍ରଦୀପ କୁମାର ଭୋଇଙ୍କୁ ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଭୁବନେଶ୍ବରର ଯୁଗ୍ମ ଶ୍ରମ କମିଶନର ଶରତ କୁମାର ଚୌଧୁରୀ ଏବଂ ଗଜପତି ଜିଲ୍ଲାର ଡିଭିଜିନାଲ ଶ୍ରମ କମିଶନର ନମିତା ଦାସଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଉଲ୍ଲେଖଯୋଗ୍ୟ ଯେ, ଏପର୍ଯ୍ୟନ୍ତ ୧୧୩ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇସାରିଲେଣି ।

 

Related Posts

About The Author

Add Comment