ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଡିବ ପ୍ରଭାବ

Spread the love

ସୁନ୍ଦରଗଡ଼ ତା:୧୪/୧୧/୨୦୨୩( ସନ୍ଧାନ ନିଉଜ/ ରାଜୁ ପଟେଲ) ଦକ୍ଷିଣ ଆଣ୍ଡାମାନ୍ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ। ଏହାପରେ ଦକ୍ଷିଣ- ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ। ଏହାର ପ୍ରଭାବରେ ୧୫ ତାରିଖରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବ।୧୫ତାରିଖ (ବୁଧବାର)ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯିବ।୧୬ ତାରିଖରେ ଏହା କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତର ରୂପ ନେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡା, କଟକ, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡାରେ ବର୍ଷା ହେବ । ୧୬ ତାରିଖରେ ବଢିବ ବର୍ଷାର ପରିମାଣ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ଟି ଜିଲ୍ଲାରେ ବର୍ଷା ହେବ । ୧୭ ଏବଂ ୧୮ ତାରିଖରେ ସାରା ଓଡ଼ିଶାରେ ମେଘୁଆ ପାଗ ରହିବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷାକୁ ନଜରରେ ରଖି ଚାଷୀଙ୍କୁ ସତର୍କ କରିଛି ପାଣିପାଗ ବିଭାଗ।

Related Posts

About The Author

Add Comment