ସ୍ୱାଧୀନତା ଦିବସକୁ ସୁଚାରୁ ଓ ଭବ୍ୟ ଭାବେ ଆୟୋଜନ କରିବା ଜିଲ୍ଲାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Spread the love

ନ୍ଦରଗଡ ତା:୨/୮/୨୦୨୬(ସନ୍ଧାନ ନ୍ୟୁଜ) ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସକୁ ସୁଚାରୁ ଓ ଭବ୍ୟ ଭାବେ ଆୟୋଜନ କରିବା ଉଦ୍ଦେଶ୍ୟରେ ଶନିବାର ସ୍ଥାନୀୟ ସଦଭାବନା ଭବନରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।ବୈଠକରେ ସ୍ୱାଧୀନତା ଦିବସର ସମସ୍ତ କାର୍ଯ୍ୟକ୍ରମର ସୁଚାରୁ ପରିଚାଳନା, ବିଭିନ୍ନ ବିଭାଗର ଦାୟିତ୍ୱ ବଣ୍ଟନ ଏବଂ ଆନୁଷଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଯତରା ପଡ଼ିଆଠାରେ ମୁଖ୍ୟ ଜିଲ୍ଲାସ୍ତରୀୟ ସମାରୋହ ଅନୁଷ୍ଠିତ ହେବ। ପ୍ୟାରେଡ୍, ଦେଶାତ୍ମବୋଧକ ପ୍ରତିଯୋଗିତା, ପୁରସ୍କାର ବିତରଣ, ଜିଲ୍ଲା ଟପ୍ପର ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା, ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ମ୍ୟାଚ୍ ସହ ବିଭିନ୍ନ ସେବାମୂଳକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି ଅବସରରେ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ, ଆଲୋକସଜ୍ଜା, ପ୍ରଭାତଫେରି ଏବଂ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯିବ। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପଟ୍ଟନାୟକ ସମସ୍ତ ବିଭାଗର ସମନ୍ୱିତ ସହଯୋଗରେ ସ୍ୱାଧୀନତା ଦିବସକୁ ଗରିମାମୟ ଓ ସଫଳ ଭାବେ ପାଳନ କରିବାକୁ ଆହ୍ୱାନ ଜଣାଇଥିଲେ।ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ), ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

Related Posts

About The Author

Add Comment