ଭୁବନେଶ୍ୱର : ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି। ଏହି ସମୟରେ ୧୧ଟି ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦କିମି ବେଗରେ ପବନ ବହିବ। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, କନ୍ଧମାଳ, କୋରାପୁଟ ଓ ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।
ଏହାବ୍ୟତୀତ ମାର୍ଚ୍ଚ ୨୩ରୁ ୨୪ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ପାଇଁ ରାଜ୍ୟର ୫ଟି ଜିଲ୍ଲା ଯଥା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ କନ୍ଧମାଳକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୨୩ରୁ ୨୪ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, କୋରାପୁଟ, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହିତ ମଧ୍ୟମଧରଣ ବର୍ଷା ହେବ ବୋଲି ପୂର୍ବନୁମାନ କରାଯାଇଛି।