ବାରିପଦା, 26.01.2021(ସନ୍ଧାନ ନିଉଜ୍): ନିଜେ ପଢିଥିବା ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ ପରେ ଜଣେ ପରେ ଜଣେ ମନ୍ତ୍ରୀ ହେଉ କି ପ୍ରଶାସନିକ ଅଧିକାରୀ ନିଜ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ହାଇକୋର୍ଟର ବିଚାରପତି, ସମସ୍ତ ମନ୍ତ୍ରୀ, ସମସ୍ତ ସାଂସଦ ଏବଂ ବିଧାୟକଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ। ଏହି କ୍ରମରେ ଜଷ୍ଟିସ ଅରଜିତ ପଶାୟତ କଟକର ରେଭେନ୍ସା କଲେଜିୟଟ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ସେହି ପରି ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ୨ଟି, ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ୩ଟି, ଓଡିଶା ଦକ୍ଷତା ବିକାଶ ପ୍ରାଧୀକରଣର ଅଧ୍ୟକ୍ଷ ସୁବ୍ରତ ବାଗଚୀ ଗୋଟିଏ ଏବଂ ଆଦର୍ଶ ବିଦ୍ୟାଳୟର ପରାମର୍ଶଦାତା ବିଜୟ ସାହୁ ଦୁଇଟି ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ଶକ୍ତି ମନ୍ତ୍ରୀ ତଥା ଏମଏସଏମଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କଳାହାଣ୍ଡିର ଜୁନାଗଡ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ମହାଲିଙ୍ଗ ସରକାରୀ ଉଚ୍ଚ ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ସେହି ପରି ପ୍ରଣବ ପ୍ରକାଶ ଦାସ କୋରାପୁଟର ଜୟପୁର ସରକାରୀ ଉଚ୍ଚ ବିଦ୍ୟାଳୟ, ମୟୂରଭଞ୍ଜ ଜିଲ୍ଲାର ଏମକେସି ଉଚ୍ଚ ବିଦ୍ୟାଳୟ ଓ ଖୋର୍ଦ୍ଧାର ଭୁବନେଶ୍ଵର ଆଇଆରସି ଭିଲେଜ୍ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି । ଓଡିଶା ଦକ୍ଷତା ବିକାଶ ପ୍ରାଧୀକରଣର ଅଧ୍ୟକ୍ଷ ସୁବ୍ରତ ବାଗ୍ଚୀ ଖୋର୍ଦ୍ଧା ଜିଲ୍ଲାର ବାଣୀବିହାର ୟୁନିଭର୍ସିଟି ହାଇସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ଆଦର୍ଶ ବିଦ୍ୟାଳୟର ପରାମର୍ଶଦାତା ବିଜୟ ସାହୁ ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ଵର ସ୍ଥିତ ପଟିଆ ଶୈଳେନ୍ଦ୍ର ନାରାୟଣ ଉଚ୍ଚ ବିଦ୍ୟାଳୟ ଓ ଖୋର୍ଦ୍ଧାର ପଟିଆ ପ୍ରାଥମିକ ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି ।
୯ଟି ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କଲେ ସୁବ୍ରତ ବାଗଚୀ, ଜଷ୍ଟିସ ପଶାୟତ ଓ ପ୍ରଣବ ପ୍ରକାଶ ଦାସ ସହ
|
January 26, 2021 |
