୯୦ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନାହିଁ

Spread the love
ଭୁବନେଶ୍ଵର,  ୨୦/୨/୨୦ (ସନ୍ଧାନ ନିଉଜ) : ରାଜ୍ୟର ୯୦ଟି ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନାହିଁ। ବିଧାୟକ ମୋହନ ମାଝୀଙ୍କ ପ୍ରଶ୍ନର ଉତ୍ତରରେ ଆଜି ବିଧାନସଭାରେ ମନ୍ତ୍ରୀ ସମୀର ରଞ୍ଜନ ଦାସ ଏହି ତଥ୍ୟ ରଖିଛନ୍ତି। ମନ୍ତ୍ରୀ କହିଛନ୍ତି ୧୧୫ଟି ବିଦ୍ୟାଳୟର ନିଜସ୍ୱ ଗୃହ ନାହିଁ। ୯୦ଟି ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନଥିବାରୁ ପିଲା ବାହାରେ ବସି ପାଠ ପଢ଼ୁଛନ୍ତି। ସେହିପରି ୩୧୫ଟି ବିଦ୍ୟାଳୟରେ ସର୍ବନିମ୍ନ ସଂଖ୍ୟକ ୧୦ରୁ କମ୍ ପିଲା ପାଠ ପଢ଼ୁଥିବା ବେଳେ ପ୍ରାୟ ୧୦୪୮ଟି ହାଇସ୍କୁଲରେ କମ୍ପ୍ୟୁଟର ନାହିଁ। ୨୮ଟି କମ୍ପୁଟର ଥିବା ହାଇସ୍କୁଲରେ ବିଦ୍ୟୁତ୍ ସଂଯୋଗ ରହିଥିବା ବେଳେ ଏହା କାର୍ଯ୍ୟକାରୀ ହେଉନାହିଁ। ୨୬୧ଟି ବିଦ୍ୟାଳୟରେ ପାଠାଗାର ନାହିଁ। ୪୭୦ଟି ବିଦ୍ୟାଳୟରେ ଜଣେ ଲେଖାଏଁ ଶିକ୍ଷକ କାର୍ଯ୍ୟ କରୁଛନ୍ତି ବୋଲି ମନ୍ତ୍ରୀ ଉତ୍ତର ଦେଇଛନ୍ତି।

Related Posts

About The Author

Add Comment