ଆସନ୍ତା କାଲି ସୁପ୍ରିମକୋର୍ଟରେ ଅଯୋଧ୍ୟା ଜମି ବିବାଦ ମାମଲାର ଶୁଣାଣି ହେବ

Spread the love

ନୂଆଦିଲ୍ଲୀ ; ୯/୫ (ସନ୍ଧାନ ନିୟୁଜ)- ଆସନ୍ତା କାଲି ସୁପ୍ରିମକୋର୍ଟରେ ଅଯୋଧ୍ୟା ଜମି ବିବାଦ ମାମଲାର ଶୁଣାଣି ହେବ । ଏ ସଂପର୍କରେ ସୁପ୍ରିମକୋର୍ଟ ଓ୍ବେବସାଇଟରେ ଏକ ନୋଟିସ ଦିଆଯାଇଛି । ପ୍ରଧାନ ବିଚାରପତି ଜଷ୍ଟିସ ରଂଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଥିବା ଏକ ପାଞ୍ଚ ଜଣିଆ ବେଞ୍ଚ ଏହାର ଶୁଣାଣି କରିବେ । ଗତ ଜାନୁୟାରୀରେ ଏହି ମାମଲାର ବିଚାର ଲାଗି ଉଦ୍ଧିଷ୍ଟ ସୁପ୍ରିମକୋର୍ଟ ଖଣ୍ଡପୀଠକୁ ପୁର୍ନଗଠନ କରିଥିଲେ ମୁଖ୍ୟ ବିଚାରପତି ଜଷ୍ଟିସ୍ ରଞ୍ଜନ୍ ଗୋଗୋଇ। ମୁଖ୍ୟ ବିଚାରପତି ଏହି ଖଣ୍ଡପୀଠରେ ଜଷ୍ଟିସ୍ ଅଶୋକ ଭୂଷଣ ଏବଂ ଜଷ୍ଟିସ୍ ଅବ୍ଦୁଲ ନାଜିରଙ୍କୁ ସାମିଲ କରିଥିଲ ।

୨୦୧୮ ଅକ୍ଟୋବରରେ ଶୁଣାଣି ହେବାକୁ ଥିବା ରାମ ଜନ୍ମଭୂମୀ-ବାବ୍ରୀ ମସଜିଦ୍ ମାମଲାର ଶୁଣାଣି ଘୁଞ୍ଚିଘୁଞ୍ଚି ଚାଲିଛି । ଗତ ଜାନୁଆରି ୪ ତାରିଖରେ ମୁଖ୍ୟବିଚାରପତି ଗୋଗୋଇ ଏହି ମାମଲାର ବିଚାର ଲାଗି ଏକ ଖଣ୍ଡପୀଠ ଗଠନ କରିଥିଲେ। କିନ୍ତୁ ସେହିମାସ ୧୦ ତାରିଖରେ ଜଷ୍ଟିସ୍ ୟୁ.ୟୁ ଲଲିତ ବିଚାରରୁ ଓହରି ଯିବାକୁ ଇଚ୍ଛାପ୍ରକାଶ କରିଥିଲେ। କାରଣ ୨୦ ବର୍ଷ ପୂର୍ବରୁ ସେ ଏହି ମାମଲାରେ ଗୋଟିଏ ପକ୍ଷର ଓକିଲ ଭାବେ କାର୍ଯ୍ୟ କରିଥିଲେ।
ରାମ ଜନ୍ମଭୂମି ବାବ୍ରି ମସଜିଦ୍ ବିବାଦ ବିଗତ କିଛି ଦଶନ୍ଧୀ ଧରି ଲଟକି ରହିଛି। ୬, ଡିସେମ୍ବର ୧୯୯୨ରେ ଅଯୋଧ୍ୟାରେ ବାବ୍ରି ମସଜିଦ୍କୁ ଭାଙ୍ଗି ଦିଆଯାଇଥିଲା। ଏ ବାବଦରେ ଅପରାଧିକ ମାମଲା ସହିତ ଜମିଜମା ମକଦମା ମଧ୍ୟ ଚାଲିଛି। ମୂଳ ବିବାଦ ସହିତ ସମ୍ପର୍କିତ ମାମଲା ସୁପ୍ରିମକୋର୍ଟରେ ବିଚାରାଧୀନ ରହିଛି।

Related Posts

About The Author

Add Comment