ବାଲେଶ୍ୱର, ୧୬/୧୦ (ସନ୍ଧାନ ନିଉଜ) : ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ମିଲବାଡ଼ି ଅଞ୍ଚଳରେ ବୁଧବାର ପ୍ରାୟ ୧ କିଲୋଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ୧ କୋଟି ଟଙ୍କା। ସମ୍ପୃକ୍ତ ଘଟଣାରେ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି। ଗିରଫ ବ୍ୟକ୍ତି ଜଣଙ୍କ ମିଲବାଡ଼ି ଅଞ୍ଚଳର ବୋଲି ଜଣାପଡ଼ିଛି। ଆଜି ଭୋର ସମୟରେ ଜଳେଶ୍ୱର ଅବକାରୀ ବିଭାଗ ଓ କଟକ କେନ୍ଦ୍ରୀୟ ଅବକାରୀ ବିଭାଗ କୌଣସି ସୂତ୍ରରୁ ଖବର ପାଇ ମିଳିତ ଭାବରେ ଚଢାଉ କରି ଏହି ବ୍ରାଉନସୁଗାର ଜବତ କରିଥିଲା। ପ୍ରାୟ ୧ କିଲୋଗ୍ରାମ ବ୍ରାଉନସୁଗାର ସହ ଗୋଟିଏ ଚୋରା ବନ୍ଧୁକ ମଧ୍ୟ ଜବତ ହୋଇଥିବା ସୂଚନା ମିଳିଛି।
୧ କୋଟି ଟଙ୍କାର ବ୍ରାଉନସୁଗାର ଜବତ
|
October 16, 2019 |



