ଯାଜପୁର ସ୍ମିତାରାଣୀଙ୍କ ମୃତ୍ୟୁ ମାମଲା: ୨୧ରେ ଯାଜପୁର ବନ୍ଦ ଡାକରା ଦେଲା ବିଜେପି

Spread the love

ଧର୍ମଶାଳା, ୧୯/୧୦ (ସନ୍ଧାନ ନିଉଜ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ମହିଳା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ଵାଳ ମୃତ୍ୟୁ ଘଟଣାରେ ଯାଜପୁର ଜିଲା ଭାରତୀୟ ଜନତା ପାର୍ଟି(ବିଜେପି) ପକ୍ଷରୁ ଆସନ୍ତା ୨୧(ସୋମବାର) ଦିନ ଯାଜପୁର ବନ୍ଦ ଡାକରା ଦିଆଯାଇଛି। ସ୍ମିତାରାଣୀ ଆତ୍ମହତ୍ୟା କରିଥିବା ପୁଲିସର ସୂଚନାକୁ ବିରୋଧ କରି ବିଜେପି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ଜଣାପଡିଛି।

ସୂଚନାଯୋଗ୍ୟ, ଗତ ବୁଧବାର ଅପରାହ୍ନ ସମୟରେ ସ୍ମିତାରାଣୀ ଭତ୍ତା ଟଙ୍କା ବଣ୍ଟନ ପାଇଁ ପଞ୍ଚାୟତକୁ ଯାଇଥିଲେ। ସେଠାରେ ସରପଞ୍ଚଙ୍କ ସ୍ୱାମୀ ଓ ଅନ୍ୟମାନଙ୍କ ସହିତ ମିଶି ଭତ୍ତା ଟଙ୍କା ବାଣ୍ଟି ଥିଲେ। ଅପରାହ୍ନ ସମୟରେ ସ୍ମିତାରାଣୀ ଖାଇବାକୁ ସରପଞ୍ଚଙ୍କ ନିଜସ୍ୱ କାର୍ଯ୍ୟାଳୟ ଗୃହକୁ ଯାଇଥିଲେ। ଖାଦ୍ୟ ଖାଇବା ପୂର୍ବରୁ ସେ ବାଥରୁମ ଯିବା ପାଇଁ କାର୍ଯ୍ୟାଳୟର ଉପରମହଲାକୁ ଯାଇଥିଲେ। ପରେ ରୁମ ଭିତରେ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଘଟଣା ସମ୍ପର୍କରେ ସରପଞ୍ଚଙ୍କ ସ୍ୱାମୀ ସ୍ମିତାରାଣୀଙ୍କ ବାପା ଏବଂ ପୁଲିସକୁ ଖବର ଦେବା ସହ ତାଙ୍କୁ ଧର୍ମଶାଳା ଡ଼ାକ୍ତରଖାନାକୁ ନେଇଆସିଥିଲେ। ମାତ୍ର ଡ଼ାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାର ତଦନ୍ତ ପାଇଁ ସ୍ମିତାରାଣୀଙ୍କ ବାପା ଥାନାରେ ଅଭିଯୋଗ କରି କହିଥିଲେ ଯେ ତାଙ୍କ ଝିଅକୁ ହତ୍ୟା କରାଯାଇଛି। ପୁଲିସ ଘଟଣାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା। ଗୁରୁବାର ପୁଲିସ ସରପଞ୍ଚଙ୍କ ସ୍ବାମୀଙ୍କ ସମେତ ୫ ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଥିଲେ। ପଚରାଉଚୁରା ପରେ ପୁଲିସ ସ୍ମିତାରାଣୀଙ୍କ ହତ୍ୟା ମାମଲାରେ ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ଗିରଫ କରିଛି।

Related Posts

About The Author

Add Comment