ରାଉରକେଲା, ୧୨/୦୧/୨୦ (ସନ୍ଧାନ ନିଉଜ) : ଆଜି ପୂର୍ବାହ୍ନରେ ସାରନଗରୀ ବୋଇତ ବନ୍ଦାଣ ପଡ଼ିଆରେ ସାରନଗରୀ ସ୍ଥିତ ଆଦର୍ଶ ବିଦ୍ୟା ମନ୍ଦିରର ୩୫ତମ ବାର୍ଷିକ ଓ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟର ସଭାପତି ଡା. ଫକୀର ଚରଣ ହୋତାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରଘୁନାଥପାଲ୍ଲୀ ବିଧାୟକ ସୁବ୍ରତ ତରାଇ ଯୋଗଦେଇ ପ୍ରଦୀପ ଜାଳି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରିଥିଲେ । ସେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ କହିଲେ ଯେ, କେବଳ ଧନ ଅର୍ଜନ କଲେ ହେବ ନାହିଁ, ବିଦ୍ୟାର୍ଜନ କରିବା ମଧ୍ୟ ଅପରିହାର୍ଯ୍ୟ । ଛାତ୍ରଛାତ୍ରୀ ମାନେ ଉତମ ଶିକ୍ଷା ଆହରଣ କରିବାକୁ ସେ ଆହ୍ୱାନ ଦେଇଥିଲେ । ମୁଖ୍ୟବକ୍ତା ଭାବେ ସାମ୍ବାଦିକ ସତ୍ୟାନନ୍ଦ ବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଜେଡ଼ିର ବରିଷ୍ଠ ନେତା ଆନନ୍ଦ ଚନ୍ଦ୍ର ମହାନ୍ତି, ବିଶ୍ରା ବ୍ଲକ ଏବିଇଓ କିଶୋର ଚନ୍ଦ୍ର ଦାଶ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶୈବାଳିନୀ ମିଶ୍ର ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ସାଧାରଣ ସମ୍ପାଦକ ଅନନ୍ତ ଜେନା ଅତିଥି ପରିଚୟ ପ୍ରଦାନ କରିଥିଲେ ।ବିଦ୍ୟାଳୟର କୃତି ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଓ ଅନ୍ୟ ଅତିଥି ମାନେ ପୁରସ୍କୃତ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶୈବାଳିନୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ ମଂଜୁଶ୍ରୀ ମଲ୍ଲିକଙ୍କ ସମେତ ଅନ୍ୟାନ ଶିକ୍ଷୟତ୍ରୀ, କର୍ମଚାରୀ, ଛାତ୍ରଛାତ୍ରୀ ତଥା ଅଭିଭାବକ ମାନେ ବାର୍ଷିକ ଉତ୍ସବରେ ସାମିଲ ହୋଇଥିଲେ ।
ଆଦର୍ଶ ବିଦ୍ୟା ମନ୍ଦିରର ୩୫ତମ ବାର୍ଷିକ ଉତ୍ସବ ଧନ ଠାରୁ ପାଠ ଅମୂଲ୍ୟ: ବିଧାୟକ
|
January 13, 2020 |
![](https://sandhannews.com/wp-content/uploads/2020/01/aadarsh-vidyamandir-aanual-function-jan-12-photo.jpg)