ନୂଆଦିଲ୍ଲୀ, ୫/୨/୨୦ (ସନ୍ଧାନ ନିଉଜ) : ୨୦୧୨ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ୪ ଦୋଷୀଙ୍କୁ ଯଥାଶୀଘ୍ର ଫାଶୀରେ ଝୁଲାଇବା ପାଇଁ କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୁଲିସ ପକ୍ଷରୁ କରାଯାଇଥିବା ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ଆଜି ତାଙ୍କର ରାୟ ଘୋଷଣା କରିଛନ୍ତି। ଦିଲ୍ଲୀ ହାଇକୋର୍ଟ ତାଙ୍କ ରାୟରେ କହିଛନ୍ତି ଯେ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ୪ ଦୋଷୀଙ୍କ ମାମଲାକୁ ଅଲଗା ଅଲଗା ବିଚାର କରାଯାଇ ପାରିବ ନାହିଁ। ଏଥିସହ ଫାଶୀ ଦଣ୍ଡାଦେଶର କାର୍ଯ୍ୟକାରୀତା ପୂର୍ବରୁ ଦୋଷୀମାନଙ୍କ ନିକଟରେ ଯେଉଁ ସମସ୍ତ ନ୍ୟାୟିକ ବିକଳ୍ପ ଉପଲବ୍ଧ ରହିଛି ସେସବୁ ଆସନ୍ତା ୭ ଦିନ ମଧ୍ୟରେ ଶେଷ କରିବାକୁ ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସମସ୍ତ ନ୍ୟାୟିକ ବିକଳ୍ପକୁ ୭ ଦିନରେ ଶେଷ କରିବାକୁ ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ
|
February 6, 2020 |