ସୁନ୍ଦରଗଡ଼, ୨୦/୨/୨୦ (ସନ୍ଧାନ ନିଉଜ) : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୨୦ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ହୋଇପାରେ। ନ ହେଲେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ପାଗରେ ସେଭଳି ପରିବର୍ତନ ହେବନି। ତେବେ ୨୩ ତାରିଖ ଅପରାହ୍ଣ ହେବାକୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ଓଡ଼ିଶାର କେତେକ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହେବ। ବିଶେଷକରି ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ମୟୂରଭଞ୍ଜ ଜିଲ୍ଲାରେ ଏଭଳି ସ୍ଥିତି ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ରାଜ୍ୟରେ ୨୪ରୁ ହାଲୁକା ବର୍ଷା
|
February 20, 2020 |
