ପୁରୀ, ୨୮/୦୬ (ସନ୍ଧାନ ନିଉଜ) ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାର ବାହୁଡ଼ା ଯାତ୍ରା ପାଇଁ ଆସନ୍ତା ୩୦ ତାରିଖ ରାତି ଠାରୁ ସମଗ୍ର ଜିଲ୍ଲାରେ କର୍ଫ୍ୟୁ ଲାଗୁ ହେବ। ଜିଲ୍ଲାପାଳ ବଲଓ୍ଵନ୍ତ ସିଂହ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଜିଲ୍ଲାପାଳ କହିଛନ୍ତି ଜୁନ ୩୦ ତାରିଖ ରାତି ୧୦ଟାରୁ ଜୁଲାଇ ୨ ତାରିଖ ରାତି ୧୦ଟା ଯାଏଁ ସମଗ୍ର ଜିଲ୍ଲାରେ କର୍ଫ୍ୟୁ ବଳବତ୍ତର ରହିବ।
ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, କର୍ଫ୍ୟୁ ସମୟରେ ଜିଲ୍ଲାରେ ଲୋକଙ୍କର ଯାତାୟତ ଉପରେ ନଜର ରଖାଯିବ। ଅତ୍ୟାବଶ୍ୟକ ନଥିଲେ ଘରୁ ବାହାରକୁ ଯିବାକୁ ଯିବା ପାଇଁ ଅନୁମତି ମିଳିବ ନାହିଁ।
ସେହିପରି ଜିଲ୍ଲା ପ୍ରଶାସନ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ କଟକଣା ଲାଗୁ କରିଛି। ଏହି ୪ ଦିନ ପର୍ଯ୍ୟନ୍ତ କୌଣସି ପର୍ଯ୍ୟଟକଙ୍କୁ ନରଖିବାକୁ ହୋଟେଲ ଓ ଲଜ୍ ମାଲିକମାନଙ୍କୁ ନିର୍ଦ୍ଦେଶ ହୋଇଛି। ବଡ଼ଦାଣ୍ଡରେ ଥିବା ବ୍ୟକ୍ତିଗତ ଘର, ଧାର୍ମିକ ଅନୁଷ୍ଠାନର ସର୍ଭେ ହେବ। ଲୋକେ ନିଜ ଘରେ କେବଳ ନିଜେ ରହିପାରିବେ। ବାହାର ଲୋକଙ୍କୁ ଘରେ ରଖିପାରିବେ ନାହିଁ।