ସମ ହସ୍ପିଟାଲରେ କୋଭିଡ ୧୯ ଭ୍ୟାକସିନର ମାନବ ପରୀକ୍ଷଣ ଆରମ୍ଭ

Spread the love

ଭୁବନେଶ୍ୱର, ୨୭/୦୭/୨୦ (ସନ୍ଧାନ ନିଉଜ) : କରୋନା ମହାମାରୀର ମୁକାବିଲା କରିବା ନିମନ୍ତେ କୋଭିଡ-୧୯ ଭ୍ୟାକସିନର ମାନବ ପରୀକ୍ଷଣ ସୋମବାର ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲରେ ଆରମ୍ଭ ହୋଇଛି।ସମ ହସ୍ପିଟାଲରେ ଏହି ପରୀକ୍ଷଣ ନିମନ୍ତେ ଗତ ୨୦ ତାରିଖରେ ଆରମ୍ଭ ହୋଇଥିବା ପ୍ରିଭେନଟିଭ ଆଣ୍ଡ ଥେରାପିଉଟିକ କ୍ଲିନିକାଲ ୟୁନିଟରେ ସ୍ବେଛାସେବୀ ମାନଙ୍କ ଶରୀରରେ ଏହି ଭ୍ୟାକସିନର ପ୍ରୟୋଗ କରାଯାଇଛି।

ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କରାଯାଇଥିବ। Covaxin ନାମକ ଏହି ଭ୍ୟାକସିନର ପରୀକ୍ଷଣ ନିମନ୍ତେ ଅନେକ ସ୍ବେଛାସେବୀଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି ପାଉଥିବା ସୂଚନା ଦେଇଛନ୍ତି ଏହି ପରୀକ୍ଷଣ ପ୍ରକ୍ରିୟାର ମୁଖ୍ୟ ପରୀକ୍ଷକ ଡ଼ଃ ଇ ଭେଙ୍କଟ ରାଓ।

ବିଭିନ୍ନ ପର୍ଯ୍ୟାୟରେ ସ୍କ୍ରିନିଂ କରାଯିବା ପରେ ସ୍ବେଛାସେବୀ ମାନଙ୍କ ଶରୀରରେ ଭ୍ୟାକସିନ ପ୍ରୟୋଗ କରାଯାଇଥିବା ସମ ହସ୍ପିଟାଲର କମ୍ୟୁନିଟି ମେଡ଼ିସିନ ବିଭାଗର ପ୍ରଫେସର ଡ଼ଃ ରାଓ ସୂଚନା ଦେଇଛନ୍ତି।

ପରୀକ୍ଷଣ ପରେ ସ୍ବେଛାସେବୀ ମାନଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି ଓ ସମସ୍ତେ ସୁସ୍ଥ ଅଛନ୍ତି ବୋଲି ଡ଼ଃ ରାଓ ସୂଚନା ଦେଇଛନ୍ତି।

ଭାରତ ବାୟୋଟେକକୁ ଏହି ଭ୍ୟାକସିନ ପରୀକ୍ଷଣରେ ସହଯୋଗ କରୁଥିବା ଇଣ୍ଡିଆନ କାଉନସିଲ ଫର ମେଡିକାଲ ରିସର୍ଚ୍ଚ (ଆଇସିଏମଆର ) ପରୀକ୍ଷଣ ନିମନ୍ତେ ଦେଶର ୧୨ ଟି ସ୍ବାସ୍ଥ୍ୟ ସେବା ଅନୁଷ୍ଠାନକୁ ବାଛିଥିବା ବେଳେ ଓଡିଶାର ଏକମାତ୍ର ଅନୁଷ୍ଠାନ ଭାବେ ଆଇଏମଏସ ଆଣ୍ଡ ସମ ହସ୍ପିଟାଲକୁ ମନୋନୀତ କରାଯାଇଛି।

ଇଛୁକ ସ୍ବେଛାସେବୀ ମାନେ ptctu.soa.ac.in ୱେବସାଇଟ ରେ ରେଜିଷ୍ଟ୍ରସନ କରିପାରିବେ। ଏହି ବ୍ୟକ୍ତି ରୋଗମୁକ୍ତ ହୋଇଥିବା ସହ ସ୍କ୍ରିନିଂ ପ୍ରକ୍ରିୟା ମାଧ୍ୟମରେ କେତେକ ପ୍ରଶ୍ନର ଉତ୍ତର ଦେଇ ୱେବସାଇଟରେ ନିଜ ନାମ ପଂଜିକୃତ କରି ପାରିବେ।

Related Posts

About The Author

Add Comment