ସୋର, ୦୨.୦୨.୨୦୨୧(ସନ୍ଧାନ ନିଉଜ୍/ ଲିଙ୍ଗରାଜ ପଣ୍ଡା):- ରାସ୍ତା ପାର୍ଶ୍ବରେ ଥିବା ଗଛକୁ ଧକ୍କା ଦେଲା ବାଇକ୍ । ଦୁର୍ଘଟଣା ଫଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ସୋର ପୌରପାଳିକା ତେଲିଆଗଞ୍ଜ ଗ୍ରାମର ରବୀନ୍ଦ୍ର ବାରିକଙ୍କ ପୁଅ ସନ୍ତୋଷ ରବିବାର ବିଳମ୍ବିତ ରାତିରେ ବାଇକ୍ ଯୋଗେ ଅନନ୍ତପୁରରୁ ସୋର ଫେରୁଥିଲେ । ଏହି ସମୟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବରେ ଥିବା ଏକ ଗଛକୁ ଧକ୍କା ଦେଇଥିଲେ। ସନ୍ତୋଷକୁ ସ୍ଥାନୀୟ ଲୋକ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନାକୁ ପଠାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।
ଗଛକୁ ଧକ୍କା ଦେଲା ବାଇକ୍
|
February 2, 2021 |



