ପୁରୀ, ୦୩.୦୨.୨୦୨୧ (ସନ୍ଧାନ ନିଉଜ୍ ):- ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ଦେଶୀୟ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ଓ ଆଜି ଏହା ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ଅର୍ଥାତ୍ ଅପରାହ୍ନ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ବଧକଲାଗି ଚାଲିବ। ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ
|
February 3, 2021 |
