ରାଜ୍ୟ ଟିମ ଦ୍ୱାରା ହନୁମାନଙ୍କ ଆକାରର ପଥର ଠାବ ହେଲା: ଜନ ସାଧାରଣ ଓ ପର୍ଯ୍ୟଟକଙ୍କ ଭିଡ଼

Spread the love
ବାଲିଗୁଡା,୦୫/୦୫/୨୨(ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଦାସିଂବାଡ଼ି ପଞ୍ଚାୟତ ମିଡ଼ିୟୁବାନ୍ଦା ଜଳପ୍ରପାତ ଏବେ ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରସିଦ୍ଧି ଲାଭ କରିଛି। ଦାରିଙ୍ଗବାଡ଼ି ଯିଏ ଆସୁଛି ସିଏ କଫି ବଗିଚା ସହ ଏହି ଜଳପ୍ରପାତକୁ ନିଶ୍ଚିତ ବୁଲିବାକୁ ପସନ୍ଦ କରନ୍ତି। ଗୁରୁବାର ସ୍ଥାନୀୟ ବିଡିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ରାଜ୍ୟର ଏକ ଟିମ୍‌ ମିଡ଼ିୟୁବାନ୍ଦା ଜଳପ୍ରପାତର ବିକାଶ ପାଇଁ ସେଠାରେ ପହଞ୍ଚିଥିଲେ। ସେହି ଅଞ୍ଚଳ ବୁଲିବା ସମୟରେ ଏକ ବିଶାଳକାୟ ପଥର ଦେଖିବାକୁ ମିଳିଥିଲା। ଯାହାକି ଅବିକଳ ହନୁମାନଙ୍କ ଆକାରର ପଥର ରହିଛି। ଏହା ଦେଖି ରାଜ୍ୟ ଟିମ୍‌ ଏହାର ଫଟୋ ଉତ୍ତୋଳନ କରିନେଇଛନ୍ତି। ଏହାକୁ ଅଧିକ ଯାଞ୍ଚ କରାଯିବ ବୋଲି ବିଡିଓ ପାତ୍ର କହିଛନ୍ତି। ଯଦି କିଛି ପୁରୁଣା ପଥର ମୂର୍ତ୍ତି ହୋଇଥାଏ। ତେବେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଦ୍ୱିଗୁଣିତ ହୋଇଯିବ ବୋଲି ସ୍ଥାନୀୟ ଅଞ୍ଚଳରେ କୁହାଯାଉଛି। ଦାରିଙ୍ଗବାଡ଼ିର ଏହି ମିଡ଼ିୟୁବାନ୍ଦା ଜଳପ୍ରପାତ ସମ୍ପର୍କିତ ଏକ ଭିଡିଓ ମଧ୍ୟ ପୂର୍ବରୁ ଭାଇରାଲ ହୋଇଥିଲା ଯେ, ଜଣେ ଋଷି ଉକ୍ତ ଭିଡିଓ ମାଧ୍ୟମରେ କହିଥିଲେ ଯେ, ଓଡ଼ିଶାର କନ୍ଧମାଳ ଜିଲାର ଏହି ଜଳପ୍ରପାତ ଏକ ଦେବ ଭୂମି। ତେବେ ଏହି ଭାଇରାଲ ଭିଡିଓ ସହ ଏବେ ଏହି ପଥର ଅବିକଳ ହନୁମାନଙ୍କ ଭଳି ଆକାର ରହିଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆସ୍ଥା ପ୍ରକଟ ହୋଇପାରିଛି। ଏଭଳି ହନୁମାନ ଆକାରର ପଥର ଚିହ୍ନଟ କରିଥିବାରୁ ସ୍ଥାନୀୟ ଲୋକ ପ୍ରଶାସନକୁ ସାଧୁବାଦ ଦେବା ସହ ସେଠାକୁ ଅଞ୍ଚଳ ବାସିନ୍ଦା ଓ ପର୍ଯ୍ୟଟକ ମାନଙ୍କ  ସୁଅ ଛୁଟିବାରେ ଲାଗିଛି।

Related Posts

About The Author

Add Comment