ବାଲିଗୁଡ଼ାରେ ବଡ଼ ଧରଣର ଲୁଟ :ଘରେ କେହି ନଥିବା ବେଳେ କଳାକନା ବୁଲାଇଲେ ଲୁଟେରା

Spread the love

ବାଲିଗୁଡ଼ା:(ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁନାପାଙ୍ଗା ସାହିରେ ବଡ଼ ଧରଣର ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ସୁନାପାଙ୍ଗା ସାହିର ସ୍ବପ୍ନେଶ୍ବର ସାହୁଙ୍କ ଘରୁ ବଡ଼ ଧରଣର ଲୁଟ୍ ହୋଇଥିବା ବାଲିଗୁଡ଼ା ଥାନାରେ ଅଭିଯୋଗ ହୋଇଛି। ଘଟଣା ପ୍ରକାରେ ସ୍ବପ୍ନେଶ୍ବର ସାହୁ ନିଜ ପରିବାର ସହ ଦୁଇଦିନ ପାଇଁ ଭଞ୍ଜନଗର ସ୍ଥିତ ନିଜ ସମ୍ପର୍କୀୟଙ୍କ ଏକ ଭୋଜିରେ ଯୋଗ ଦେବାକୁ ଯାଇଥିଲେ । ସେଠାରୁ ସେ ଭୂବନେଶ୍ବର ଯାଇଥିଲେ । ଦୁଇଦିନ ପରେ ଅର୍ଥାତ୍ ଗୁରୁବାର ସନ୍ଧ୍ୟା ସମୟରେ ଘରକୁ ଫେରିଥିବା ବେଳେ ଘରର ମୁଖ୍ୟ କବାଟ ତାଲା ଭାଙ୍ଗିଥିବା ଦେଖିବାକୁ ପାଇଥିଲେ । ଏହାପରେ ବାଲିଗୁଡ଼ା ପୋଲିସକୁ ସୂଚନା ଦେଇଥିଲେ । ଖବରପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଶୁକ୍ରବାର ସନ୍ଧାନି କୁକୁର ଓ ସାଇଣ୍ଟିଫିକ୍ ଟିମ୍ ପହଁଚି ଘଟଣାର ଅଧିକ ତଦନ୍ତ ଜାରି ରଖିଛନ୍ତି । ଗତ କିଛି ଦିନ ହେବ ବାଲିଗୁଡ଼ା ଅଞ୍ଚଳରେ ଚୋରି, ଡକାୟତି ଘଟଣା ବୃଦ୍ଧି ପାଉଥିବା ବେଳେ ଅଞ୍ଚଳବାସୀ ଏକ ପ୍ରକାର8 9ଭୟଭୀତ ଅବସ୍ଥାରେ ଥିବା ଜଣାପଡ଼ିଛି । ସ୍ବପନେଶ୍ବରଙ୍କ ଘରୁ ପ୍ରାୟ ୪୨ ଭରି ସୁନା, ପାଖାପାଖି ୫କେଜିର ରୂପା ଓ ନଗଦ ଅଢ଼େଇ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଥିବା ଜଣାପଡ଼ିଛି । ସେପଟେ ପୋଲିସ୍ ପ୍ରଶାସନ ଏଦିଗରେ ଦୃଷ୍ଟି ଦେଇ ଦିନରାତି ପେଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିବା ସହ ଅଞ୍ଚଳବାସୀଙ୍କ ଧନଜୀବନ ପ୍ରତି ଗୁରୁତ୍ବ ଦେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ଦାବି ହେଉଥିବା ଜଣାପଡ଼ିଛି ।

Related Posts

About The Author

Add Comment