ବରଗଡ/ସନ୍ଧାନ ନ୍ୟୁଜ୍: ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଏକ ଘରୋଇ ହସ୍ପିଟାଲରେ ମଙ୍ଗଳବାର ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ।୨୩ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ। ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କାଇଁଶିର ଗ୍ରାମର ବାସିନ୍ଦା। ଝାରସୁଗୁଡ଼ାରେ ସାନପୁଅଙ୍କ ଘରେ ଗୋପାଳ ରହୁଥିଲେ। ଗତକାଲି ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଝାରସୁଗୁଡ଼ାରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମଳିଛି।ଏଣେ ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ତାଙ୍କ ବାସଭବନରେ ତାଙ୍କ ଶେଷ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ଜମିଛି। ୧୯୮୪ ମସିହାରୁ ୨୦୦୮ ପର୍ୟ୍ୟନ୍ତ ଦୁଇଟି ପର୍ୟ୍ୟାୟରେ ସେ ୨୩ ଥର ଅଭିନୟ କରିବାର ସୁଯୋଗ ପାଇଥିଲେ। ପେଶାରେ ସେ ଜଣେ ପୁଲିସ ଅଧିକାରୀ ଥିଲେ। ହେଲେ ନିଶା ତାଙ୍କର ଅଭିନୟ। ତାଙ୍କ ଅଭିନୟ ଦେଖିବାକୁ ସେ ସମୟରେ କଂସ ଦରବାରରେ ବହୁ ଭିଡ଼ ଜମୁଥିଲା। ନଗର ପରିକ୍ରମା ସମୟରେ ହାତୀ ଉପରେ ବସି ବୁଲି ନିଜ ଉପସ୍ଥିତ ବାକଚାତୁରିରେ ଜରିମାନା ପକାଇ ସେ ଦର୍ଶକଙ୍କ ମନ କିଣୁଥିଲେ।
ତାଜା ଖବର
- ବହୁ ଅପେକ୍ଷାର ଅନ୍ତ ଘଟିଲା ମର୍ଜିତାପୁରରେ କୃଷକ ସେବା କେନ୍ଦ୍ର ଉଦଘାଟିତ ହେଲା
- ପଞ୍ଚାୟତରେ ସ୍ୱତନ୍ତ୍ର ଗ୍ରାମ ସଭା ବୈଠକ
- ବିବେକାନନ୍ଦ ଶିକ୍ଷାକେନ୍ଦ୍ର ଅଟିରା ଶାଖା ର ୨୪ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
- କେନ୍ଦ୍ରୀୟ ବିଦ୍ୟାଳୟ ୧ ସମ୍ବଲପୁର ରେ କ୍ରିକେଟ ପ୍ରତିଯୋଗିତା
- ସ୍ୱାଧୀନତା ସଂଗ୍ରାମୀ ରେଣ୍ଡୋ ମାଝୀଙ୍କ ବଳିଦାନ ଦିବସ ପାଳିତ
- ସମ୍ବଲପୁରରେ ସ୍ଥାପନା ହେଲା ଡଫ୍ଲର ପାଣିପାଗ ରାଡାର
- ଜମନକିରା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ମହୋତ୍ସବ ଅନୁଷ୍ଠିତ
- ନୂଆବର୍ଷରୁ ପ୍ରତିମାସ ମିଳିବ ରାସନ ସାମଗ୍ରୀ
- ଆମ ପ୍ରାଚୀନ ସଭ୍ୟତାକୁ ଚିହ୍ନିବା ଆବଶ୍ୟକ, ଭାତର ବିଶ୍ୱକୁ ଦିଗଦର୍ଶନ ଦେବ ତାହା ଆଗମୀ ପିଢ଼ୀ ମାନଙ୍କ ପାଇଁ ସମ୍ଭବ ହେବ: ସାଂସଦ ଡକ୍ଟର ରବିନ୍ଦ୍ର ନାରାୟଣ ବେହେରା; ଡି.ୟୁ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ
- କଲାଣ୍ଡରେ ଉଦଯାପିତ ହେଲା ୪୬ତମ ଗଜଉଦ୍ଧାହରଣ ପୁଜା ମହୋଉତ୍ସବ