ଜଗତସିଂହପୁର ୨୨ /୩ (ସନ୍ଧାନ ନିୟୁଜ) : ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଥାନା ଅନ୍ତର୍ଗତ ଚାନ୍ଦପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ରବୀନ୍ଦ୍ର ପ୍ରଧାନ ଓ ସୁରେନ୍ଦ୍ର ପ୍ରଧାନଙ୍କ ୮ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି।
ଖବର ପାଇ ରଘୁନାଥପୁର ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସର୍ଟସର୍କିଟ୍ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।
ଅଗ୍ନିକାଣ୍ଡରେ କ୍ଷତିଗ୍ରସ୍ତ ହୋଇଥିବା ପରିବାରକୁ ସରକାରୀ ସହାୟତା ପ୍ରଦାନ ପାଇଁ ଦାବି ହୋଇଛି।




