ବାଲିଗୁଡା,(ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ୯ ଟି ବ୍ଲକରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ବିଦ୍ୟାଳୟ ରେ କେବଳ ଭିର୍ତ୍ତି ଭୂମି ନୁହେଁ ଛାତ୍ର ଛାତ୍ରୀ ମାନଙ୍କ ନିମନ୍ତେ ପ୍ରଦାନ କରାଯାଉଥିବା ଖାଦ୍ୟ ,ପୋଷାକ ଓ ସେମାନଙ୍କୁ କିଭଳି ଉନ୍ନତ ମାନର ଶିକ୍ଷା ପ୍ରଦାନ କରାଯାଇ ପାରିବ ସେ ସମ୍ପର୍କ ରେ ଏକ ତ୍ରୟମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହା ସହ ନୂଆ ହଷ୍ଟେଲ ନିର୍ମାଣ , ହଷ୍ଟେଲ ର ପୁନଃ ନିର୍ମାଣ ,ପାନୀୟ ଜଳ ସମସ୍ୟା ଦୂର କରିବା ଭଳି ବିଭିନ୍ନ ଅଭାବ ଅସୁବିଧା ଉପରେ ଆଲୋଚନା କରଯାଇଥିଲା । ସମୂନୀତ ଆଦିବାସୀ ଉନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର ଙ୍କ କାର୍ଯ୍ୟାଳୟ ରେ ଅନୁଷ୍ଠିତ ଏହି ବୈଠକରେ ଉପଖଣ୍ଡ ମଙ୍ଗଳ ଅଧିକାରୀ ବିଭୀଷଣ ଭୋଇ , ଉମେଶ ଚନ୍ଦ୍ର ପ୍ରଧାନ , ବିଭାଗୀୟ ସହକାରୀ ଅଧିକ୍ଷଣ ଯନ୍ତ୍ରୀ ବୈକୁଣ୍ଠ ବେହେରା , ସହକାରୀ ଯନ୍ତ୍ରୀ କବିରାଜ ବେହେରା ,ପବିତ୍ର ସାହୁ ,ବୁଦ୍ଧି ରାମ ମୁର୍ମୁ ଙ୍କ ସମେତ ସମସ୍ତ ବ୍ଲକ ର ମଙ୍ଗଳ ସଂପ୍ରସାରଣ ଅଧିକାରୀ ବୁରୁମାଝି ପଡ୍ରା, ଦୀପକ କୁମାର ସିଂ, ଉର୍ମିଳା ପ୍ରଧାନ , ରୋଷାଳିନୀ ନାୟକ , ଆୟୁସୀ ପ୍ରଧାନ , ଦୀପକ କୁମାର କୁଆଁର ପ୍ରମୁଖ ଯୋଗ ଦେଇଥିଲେ । ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର କହିଛନ୍ତି ଯେ, ବିଦ୍ୟାଳୟ ଓ ହଷ୍ଟେଲ ଗୁଡିକର ଭିର୍ତ୍ତିଭୂମି କୁ ସୁଦୃଢ କରିବା ସହ ଉନ୍ନତ ମାନର ଶିକ୍ଷା ପ୍ରଦାନ ସହ ଖାଦ୍ୟ ପ୍ରଦାନ , ସ୍ଵଚ୍ଛତା ପରିବେଶ ,ପାଣି ସମସ୍ୟା ଦୂର , ସମେତ ଭିତ୍ତି ଭୂମି ଉପରେ ଗୁରୁତ୍ଵ ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତି ନିଆ ଯାଇଛି ।
ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟରେ ଉନ୍ନତ ମାନର ଶିକ୍ଷା , ଖାଦ୍ୟ ଓ ଭିର୍ତ୍ତି ଭୂମି ସମ୍ପର୍କିତ ସମୀକ୍ଷା ବୈଠକ
|
February 14, 2025 |
