ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ଯୁବ ଦିବସ ପାଳିତ

Spread the love
ବାଲିଗୁଡ଼ା, ୧୨/୦୧/୨୪:(ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ବିବେକାନନ୍ଦ ଙ୍କ ଜୟନ୍ତୀ ଅବସରରେ ବିଶ୍ୱ ଯୁବ ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ଭାରତୀୟ ଷ୍ଟେଟ ବ୍ୟାଙ୍କର ମୁଖ୍ୟ ପ୍ରବନ୍ଧକ ସୁଶାନ୍ତ ମୁଣ୍ଡ, ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ଯୁବ ରେଡକ୍ରସ୍ କନ୍ଧମାଳ ଜିଲ୍ଲା ସଂଯୋଜକ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, କାଉନସେଲର ଅଧ୍ୟାପକ ଦଣ୍ଡପାଣି ଭୂୟାଁ, ଯୋଜନା ଅଧିକାରୀ ଅଧ୍ୟାପକ ଦୁଷ୍ମନ୍ତ କୁମାର ଶବର, ଅଧ୍ୟାପିକା ଅରୁନ୍ଧତୀ ପ୍ରଧାନ ପ୍ରମୁଖ ଯୋଗ ଦେଇ ଯୁବକ ମାନେ ଆମ ଦେଶର ଭବିଷ୍ୟତ ସେମାନେ ସ୍ଵାମୀ ବିବେକାନନ୍ଦଙ୍କ ବାଣୀରେ ନିଜକୁ ଉଦ୍ ବୁଦ୍ଧ କରିବାକୁ ଆହ୍ବାନ ଦେବା ସହ ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ବୁଝାଇ ସମସ୍ତେ ଆଦର୍ଶ ଜୀବନର ମହତ୍ତ୍ଵ ବଖାଣି ଥିଲେ। ଏଥିରେ  +୨ ଓ +୩ ଶ୍ରେଣୀର ସ୍ଵେଚ୍ଛାସେବୀ ମାନେ ଅଂଶଗ୍ରହଣ କରିଥିଲେ।

Related Posts

About The Author

Add Comment