ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶାକୁ ପୂରିଲା ୮୪ ବର୍ଷ

Spread the love

ଭୁବନେଶ୍ୱର, ୦୧/୦୪ (ସନ୍ଧାନ ନିୟୁଜ) ୧୯୩୬ ମସିହା ଏପ୍ରିଲ ୧ ତାରିଖ। ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଦିନ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ଓଡ଼ିଶା ଗଠନ ହୋଇଥିଲା। ପ୍ରତିବର୍ଷ ଗର୍ବିତ ଓଡ଼ିଆମାନେ ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରିଥା’ନ୍ତି। ପବିତ୍ର ଉତ୍କଳ ମାଟିର ଯୋଗ୍ୟ ସନ୍ତାନମାନେ ଦୀର୍ଘ ୩୦ ବର୍ଷ ଧରି ସଂଘର୍ଷ କରି ପରାଧିନ ଥିବା ମାଟି ମା’ଆକୁ ସ୍ୱାଧିନ କରିଥିଲେ ଓ ସ୍ୱତନ୍ତ୍ର ପରିଚୟ ଦେଇଥିଲେ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଦ୍ୱାରା ୧୯୦୨ରେ ଗଠିତ ଉତ୍କଳ ସମ୍ମିଳନୀ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ୧୯୦୩ରେ ଏହାର ପ୍ରଥମ ସଭା ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ୬୨ଜଣ ସ୍ଥାୟୀ ସଦସ୍ୟ ରହିଥିଲେ। ସେମାନଙ୍କ ମଧ୍ୟରୁ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋବବନ୍ଧୁ ଦାସ, ମହାରାଜ କୃଷ୍ଣଚନ୍ଦ୍ର ଗଜପତି, ଭକ୍ତକବି ମଧୁସୂଦନ ରାଓ, ପଣ୍ଡିତ ନୀଳକଣ୍ଠ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ସ୍ୱଭାବ କବି ଗଙ୍ଗାଧର ମେହେର, ଭୁବନାନନ୍ଦ ଦାସ ଓ କବିବର ରାଧାନାଥ ରାୟ ପ୍ରମୁଖ ଅନ୍ୟତମ। ସର୍ବମୋଟ ୬ଟି ଜିଲ୍ଲାକୁ ନେଇ ସ୍ୱତନ୍ତ୍ର ରାଜ୍ୟର ପରିଚୟ ପାଇଲା ଉତ୍କଳ। କଟକ, ବାଲେଶ୍ୱର, ସମ୍ୱଲପୁର, କୋରାପୁଟ ଏବଂ ଗଞ୍ଜାମ ଜିଲ୍ଲାକୁ ନେଇ ଓଡ଼ିଶା ମାନଚିତ୍ର ସଜେଇ ହୋଇଥିଲା। କଟକ ଥିଲା ସ୍ୱତନ୍ତ୍ର ଓଡ଼ିଶାର ପ୍ରଥମ ରାଜଧାନୀ।

Related Posts

About The Author

Add Comment