ରାଉରକେଲା, ୧୩/୩/୨୦ (ସନ୍ଧାନ ନିଉଜ) : ମାରାତ୍ମକ କରୋନା ଭୂତାଣୁର ବ୍ୟାପକ ସଂକ୍ରମଣ ଓ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାମାରୀ ଘୋଷଣା ପରେ ମୁକାବିଲା ପାଇଁ ଅଂଟା ଭିଡିଛନ୍ତି ରାଜ୍ୟ ସରକାର । କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରିବା ସହ କରୋନା ପାଇଁ ମାର୍ଚ୍ଚ ୩୧ ତାରିଖ ଯାଏଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତି ନିଆଯାଇଛି । ସେହିଭଳି କରୋନାର ଭୟାବହତା ଏବଂ ଜନତାଙ୍କ ସୁରକ୍ଷାକୁ ନଜରରେ ରଖି ରାଜ୍ୟର ସମସ୍ତ ସିନେମା ହଲ, ସୁଇମିଂ ପୁଲଗୁଡିକୁ ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର ।
କରୋନା ପାଇଁ ମାର୍ଚ୍ଚ ୩୧ ଯାଏଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ
|
March 13, 2020 |


