ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ

Spread the love

ଦିଲ୍ଲୀ,(ସନ୍ଧାନ ନିଉଜ):ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ଗିରଫ କରିଛି । ଆଜି ସଂନ୍ଧ୍ୟାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପହଂଚି ବିଭିନ୍ନ କାଗଜପତ୍ର ଯାଂଚ କରିବା ସହ ଶେଷରେ ତାଙ୍କୁ ଗିରଫ କରିଛି । ଗିରଫ ପୂର୍ବରୁ ଇଡି ଅରବିନ୍ଦ କେଜ୍ରିୱାଲଙ୍କ ମୋବାଇଲ ଫୋନ ଜବତ କରିଥିଲା । ଇଡି କହିଛି କି, ଜେରା ବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଯାଂଚ ଟିମକୁ ସହଯୋଗ କରି ନଥିଲେ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଗିରଫ ହେବା ସମୟରେ ହଜାର ହଜାର ଲୋକ ଏହି ଗିରଫକୁ ବିରୋଧ କରି ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ପହଂଚିଛନ୍ତି । ମନ୍ତ୍ରୀ ଆତିଶୀ, ଓ ସୌରଭ ଇଡି ଯାଂଚ ବେଳେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଉପସ୍ଥିତ ଥିଲେ ।

Related Posts

About The Author

Add Comment