ପାଣ୍ଡିଆନଙ୍କୁ ଭଣ୍ଡ ସନ୍ୟାସୀ କହି ଟାର୍ଗେଟ୍ କଲେ ଶ୍ରୀମୟୀ ମିଶ୍ର !

Spread the love

ସନ୍ଧାନ ନ୍ୟୁଜ,ବ୍ୟୁରୋ : ପାଣ୍ଡିଆନଙ୍କୁ ଭଣ୍ଡ ସନ୍ୟାସୀ କହି ଟାର୍ଗେଟ୍ କଲେ ଶ୍ରୀମୟୀ ମିଶ୍ର ! ଶ୍ରୀମୟୀ ମିଶ୍ର ନିଜ ସୋସିଆଲ ମିଡିଆରେ ଲେଖିଛନ୍ତି “ଏଇ କିଛି ଦିନ ତଳେ ଗୋଟିଏ ଓଟିଟି ପ୍ଲାଟଫର୍ମରେ ବଲିଉଡର ପ୍ରତିଷ୍ଠିତ ନିର୍ଦ୍ଦେଶକ ପ୍ରକାଶ ଝା ଙ୍କ ଓ୍ବେବ୍ ସିରିଜ୍ ଦେଖିଲି ଯାହାକି ସନ୍ୟାସ ଓ ସନ୍ୟାସୀ ଉପରେ ଆଧାରିତ ଥିଲା। ସେଥିରେ କଳାକାରମାନଙ୍କ ଅଭିନୟ ବେଶ୍ ହୃଦୟସ୍ପର୍ଶୀ ଓ ଯୁଗୋପଯୋଗୀ ଥିଲା। ସନ୍ନ୍ୟାସ ରୁ ସନ୍ୟାସୀ ସଂସାର ର ସମସ୍ତ ସୁଖ ସମ୍ଭୋଗ ଠୁଁ ଦୁରେଇ ରହିବା ବା ସମସ୍ତ ମୋହ ମାୟା ପ୍ରତି ଦୁର୍ବଳତା ନ ରଖିବା ବ୍ୟକ୍ତି ବିଶେଷଙ୍କୁ ସମାଜ ସନ୍ନ୍ୟାସୀ ରୂପେ ଗ୍ରହଣ କରେ। କିନ୍ତୁ ଏଥିରେ ସନ୍ଦେହ କିମ୍ୱା ବ୍ୟତିକ୍ରମ ହେଲେ ସମାଜ ଭଣ୍ଡ ସନ୍ନ୍ୟାସୀ ର ରୂପ ଦେବାକୁ ତିଳେ ମାତ୍ର ପଛଘୁଞ୍ଚା ଦେଇନାହିଁ। ବର୍ତମାନ ଆମସମାଜରେ ଏହିପରି ଆମେ ଅନେକ ଗୁଡ଼ିଏ ଘଟଣା ଶୁଣୁଛେ କିମ୍ୱା ଦେଖୁଛେ, ଯେଉଁମାନେ ସନ୍ନ୍ୟାସ କହି ସମସ୍ତ ସୁଖ ସ୍ଵ।ଛନ୍ଦ୍ୟ ପ୍ରତି ଲାଳାୟିତ ରହୁଛନ୍ତି। ପରମୁହୁର୍ତ୍ତ ରେ ଏକ ଭଣ୍ଡ ସନ୍ନ୍ୟାସ ର ଆଖ୍ୟା ରେ ପରିଚୟ ପାଇ ଶିରୋନାମା ମଣ୍ଡନ କରୁଛନ୍ତି ସନ୍ଥ, ସନ୍ନ୍ୟାସୀ ମାନେ ଜ୍ଞାନ, ତ୍ୟାଗ ଓ ଭକ୍ତିର ନିଦର୍ଶନ ଦିଅନ୍ତି,ତାଙ୍କ ଜ୍ଞାନର ଆଲୋକ ଆମ ଜାତିର ଗୌରବ, ଯାହା ଅନ୍ଧକାର ମନରେ ଆଲୋକ ଉତ୍ସ ଭଳି।ବୃକ୍ଷତଳେ ବସି, ନଦୀର କୂଳେ ଧ୍ୟାନମଗ୍ନ ହୋଇ, ସୁନ୍ୟରୁ ସମସ୍ତ ସୃଷ୍ଟିର ରହସ୍ୟ ଦେଖନ୍ତି, ଆଉ ସର୍ବୋପରି ଜଗତର ମଙ୍ଗଳ କାମନା କରନ୍ତି| ହେଲେ ଏ ଯୁଗର କିଛି ସନ୍ନ୍ୟାସୀଙ୍କ ଭାଷାରେ “ଜଗତେ ପଛେ ନର୍କେ ପଡ଼ିଥାଉ, ମୋ ଜୀବନ ଉଦ୍ଧାର ହଉ” ଏବେ ମଧ୍ୟ କଛି ସନ୍ନ୍ୟାସୀ ଜନମଙ୍ଗଳକରି ଭାବନା ନେଇ ତପସ୍ୟା କରିଛନ୍ତି, ହେଲେ ଆଉ କିଛି ଜଗନ୍ନାଥଙ୍କ ନାମ ନେ଼ଇ ଅନ୍ୟ ପାଇଁ ଗାତ ଖୋଲିବାକୁ ଯାଇ, ନିଜେ ଗାତରେ ପଡ଼ୁଛନ୍ତି”

Related Posts

About The Author

Add Comment