ପୁଅର ଟାଙ୍ଗିଆ ଚୋଟରେ ମା ଗୁରୁତର :ଅଭିଯୁକ୍ତ ପୁଅ ଟାଙ୍ଗିଆ ସହ ଥାନାରେ ଆତ୍ମ ସମର୍ପଣ

Spread the love
କନ୍ଧମାଳ, ୧୮/୦୨/୨୨ (ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଲାପଡା ପଞ୍ଚାୟତ ଗୁରୁପଡା ଗାଁ ରେ ଏକ ଅଭାବନୀୟ ଘଟଣା ଘଟିଛି  l ଜଣେ ପୁଅ ର ଟାଙ୍ଗିଆ ଚୋଟରେ ମା ଗୁରୁତର ହୋଇ ମେଡିକାଲ ରେ ଭର୍ତି ହୋଇଥିବା ସୂଚନା ମିଳିଛି l ଖବର ରୁ ପ୍ରକାଶ  ଯେ ଗୁରୁପଡା ଗାଁ ର ବୈକୁଣ୍ଠ ମିଶ୍ର ନାମକ ଜଣେ ବ୍ୟକ୍ତି ଙ୍କ ସାନ ପୁଅ ଅଶ୍ୱିନୀ ମିଶ୍ର ବୁଧବାର ପ୍ରାୟ 12 ଟା ସମୟରେ କୌଣସି କାରଣ ବଶତଃ ତାର ମା ସହ ବଚସା ହୋଇଥିଲା ଏଥିରେ ଉତ୍ୟକ୍ତ ହୋଇ ସାନ ପୁଅ ଅଶ୍ୱିନୀ ଏକ ଧାରୁଆ ଟାଙ୍ଗିଆରେ ହାଣି ପକେଇଥିଲା l ଏହାପରେ ଅଭିଯୁକ୍ତ ପୁଅ ଟାଙ୍ଗିଆ ସହ ଫିରିଙ୍ଗିଆ ଥାନାରେ ଆତ୍ମ ସମର୍ପଣ କରିଥିବା ଜଣା ପଡିଛି l ଅନ୍ୟପଟେ ଖବର ପାଇ ଫିରିଙ୍ଗିଆ ଥାନା ର ଅତିରିକ୍ତ ଥାନା ଅଧିକାରୀ ପ୍ରଦୀପ କୁମାର ରାଉଳ ଘଟଣା ସ୍ଥଳରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଗୁରୁତର ମହିଳାକୁ ଉଦ୍ଧାର କରି ପ୍ରଥମେ ଫିରିଙ୍ଗିଆ ମେଡିକାଲ କୁ ଚିକିତ୍ସା ପାଇଁ ଆଣିଥିବା ବେଳେ ପରେ ଅବସ୍ଥା ଆହୁରି ଗୁରୁତର ହେବାରୁ ତାଙ୍କୁ ପୁଲବାଣୀ ଜିଲ୍ଲା ମୁଖ୍ୟ ଚିକତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ପୋଲିସ ସୂତ୍ର ରୁ ଜଣାପଡିଛି  l

Related Posts

About The Author

Add Comment