ଯାଜପୁର (ସନ୍ଧାନ ନିୟୁଜ୍/ସନ୍ତୋଷ ରାଉତ): ଯାଜପୁର ଏସପି ଚରଣସିଂ ମିନାଙ୍କ ନିଦେ୍ର୍ଦଶକ୍ରମେ ବୁଧବାର ରାତିରେ ବଡଚଣା ଏବଂ ବୈରୀ ଥାନା ପକ୍ଷରୁ ରାତ୍ରିକାଳୀନ ଗାଡି ଯାଞ୍ଚ କରାଯାଇ ମୋଟ ୬୨୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି । ବୈରୀ ଥାନାଧିକାରୀ ନିରଞ୍ଜନ ଶବରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଛତିଆ ବଟତଳ ବଜାରରେ ରାତି ୧୦ଟାରୁ ଭୋର ୪ଟା ପର୍ଯ୍ୟନ୍ତ ରାସ୍ତାରେ ଯାତାୟତ କରୁଥିବା ବାଇକ ଓ ଚାରିଚିକିଆ ଗାଡି ଗୁଡିକ ଯାଞ୍ଚ କରାଯାଇଥିଲା । ବିନା ହେଲମେଟ ଓ ସିଟ ବେଲ୍ଟ ନପିନ୍ଧି ଗାଡି ଚଲାଉଥିବା ଚାଳକଙ୍କ ଠାରୁ ଜରିମାନା ଆଦାୟ କରାଯାଇଥିଲା । ଏହି ସମୟ ମଧ୍ୟରେ ୧୫ଟି ବାଇକ ଚାଳକ ବିନା ହେଲମେଟରେ ବାଇକ ଚଳାଉଥିବାରୁ ସେମାନଙ୍କ ଠାରୁ ଜରିମାନା ଏବଂ ସିଟବେଲ୍ଟ ନପିନ୍ଧି ଗାଡି ଚଳାଉଥିବା ୫ଟି ଗାଡି ଠାରୁ ଜରିମାନା ବାବଦରେ ମୋଟ ୨୫୦୦ ଟଙ୍କା ଆଦାୟ କରାଯାଇଥିଲା । ସେହିପରି ଭାବେ ବଡଚଣା ଥାନାଧିକାରୀ ଶରତଚନ୍ଦ୍ର ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ଛକରେ ରାତି ୧୦ଟାରୁ ଭୋର ୪ଟା ପର୍ଯ୍ୟନ୍ତ ୬୪ଟି ଗାଡି ଓ ୨୫ଟି ବାଇକକୁ ଯାଞ୍ଚ କରାଯାଇ ମୋଟ ୩୭୦୦ ଟଙ୍କା ଆଦାୟ କରାଯାଇଥିଲା । ଏହାଦ୍ୱାରା ଜାତୀୟ ରାଜପଥରେ ଚାରିଚକିଆ ଯାନ ଓ ବାଇକ ଚାଳକମାନଙ୍କ ମଧ୍ୟରେ ଏକ ସଚେତନତା ସୃଷ୍ଟି ହୋଇପାରିବେ ବୋଲି ପୁଲିସ ପ୍ରକାଶ କରିଛି ।
ତାଜା ଖବର
- ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟର ତାଲିକା ସର୍ବେକ୍ଷଣ ନିମନ୍ତେ ତାଲିମ କାର୍ଯ୍ୟକ୍ରମ
- ଯାଜପୁର ଜିଲ୍ଲାରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ : ସୁକିନ୍ଦା ଓ ଦାନଗଦି ଅଞ୍ଚଳରେ ହେବ ଶିଶୁ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଅଭିଯାନ : ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
- ନିମ୍ନ ଲିଙ୍କରେ କ୍ଲିକ କରି ଆଜିର ଇ – ପେପର ଡାଉନ ଲୋଡ କରନ୍ତୁ
- ଯାଜପୁରରେ ମାଇଁ ଭାରତ ଜିଲ୍ଲା ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ
- ଜିଲ୍ଲା ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା -୨୦୨୬
- ଏସଆଇଆରରେ ବାଦ୍ ପଡ଼ିଥିବା ଯୋଗ୍ୟ ଭୋଟର ଓ ଯୁବ ଭୋଟରଙ୍କୁ ତାଲିକାରେ ସାମିଲ ପାଇଁ ସୁଯୋଗ।
- ଚ୍ଚଶିକ୍ଷାରତ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ବ୍ୟାଟେରୀ ଚାଳିତ ତିନିଚକିଆ ଯାନ ପ୍ରଦାନ କାର୍ଯ୍ୟକ୍ରମ
- ବନ୍ଧଡ଼ିହରେ ରାଜସ୍ବ ଶିବିର ଅଦାଲତ |
- ଯାଜପୁରରେ ମା’ ବିରଜାଙ୍କ ରଥଯାତ୍ରା ଓ ଦୁର୍ଗାପୂଜା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
- ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।


