ବଢିବ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା:-

Spread the love

ସୁନ୍ଦରଗଡ ତା:୨୯/୪/୨୦୨୩( ସନ୍ଧାନ ନିଉଜ/ ରାଜୁ ପଟେଲ) ରାଜ୍ୟ ସରକାରୀ କର୍ମଚାରୀଙ୍କୁ ନୂଆବର୍ଷର ନୂତନ ଉପହାର । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବଢ଼ିଛି। ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮%ରୁ ୩୧%କୁ ବଢ଼ିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜୁଲାଇ ପହିଲାରୁ ଲାଗୁ ହେବ। ପେନସନ୍ ଭୋଗୀଙ୍କ ଟିଆଇ ବି ୩% ବୃଦ୍ଧି ନେଇ ଘୋଷଣା କରାଯାଇଛି। ସାଢ଼େ ୭ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ। ସେହିପରି ସପ୍ତମ ବେତନ କମିଶନ ବାବଦ ୩୦% ବକେୟା ଅର୍ଥ ପ୍ରଦାନ ନିଷ୍ପତ୍ତି ହୋଇଛି। ୩୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପୂର୍ବରୁ କର୍ମଚାରୀମାନେ ବର୍ଦ୍ଧିତ ଦରମାର ୫୦% ପାଇସାରିଛନ୍ତି। ଏହାଦ୍ୱାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ। ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ନେଇ ଆଜି ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ଏହାଦ୍ୱାରା ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ଦରମା ପାଇବେ। ଏଡେଡ୍ ବେସରକାରୀ ହାଇସ୍କୁଲ, ଉଚ୍ଚପ୍ରାଥମିକ ସ୍କୁଲ ଶିକ୍ଷକ ନୂତନ ଦରମା ପାଇବେ। ଏଡେଡ୍ ବେସରକାରୀ କଲେଜ ଶିକ୍ଷକମାନେ ମଧ୍ୟ ନୂତନ ଦରମା ପାଇବେ। ନୂତନ ବର୍ଦ୍ଧିତ ବେତନ ୧.୧. ୨୦୨୨ଠାରୁ ଲାଗୁ ହେବ। ଏହାଦ୍ୱାରା ୨୬ ହଜାର ସ୍କୁଲ ଶିକ୍ଷକ ଓ ୧୬, ୬୬୪ କଲେଜ ଅଧ୍ୟାପକ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାରଙ୍କୁ ୨୯୨ କୋଟି ଅତିରିକ୍ତ ବ୍ୟୟ ପଡ଼ିବ।

Related Posts

About The Author

Add Comment