ଭୁବନେଶ୍ୱର,୦୪/୦୫ (ସନ୍ଧାନ ନିଉଜ) : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଥିବା ବେଳେ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ରବିବାର ପାଣିପାଗ ବିଭାଗ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସନ୍ଧ୍ୟା ସୁଦ୍ଧା ଉପକୂଳ ଓଡିଶା, ଅନୁଗୁଳ, ସୁନ୍ଦରଗଡ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ରାୟାଗଡା, ନୁଆପଡାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ମଧ୍ୟରେ ରହିଛି କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କଟକ, ପୁରୀ, ରାୟଗଡା, ଗଜପତି, କନ୍ଧମାଳ, କଳାହାଣ୍ଡି ଓ କେନ୍ଦ୍ରାପଡା। ଏସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।