ଭୁବନେଶ୍ବର, ୯/୧୧ (ସନ୍ଧାନ ନିଉଜ) : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ବୁଲ୍ବୁଲ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ଧରି ଲାଗିରହିବ। ପଶ୍ଚିମବଙ୍ଗ-ବାଂଲାଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ସାଗରଦୀପ-ଖେପୁପରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବୁଲ୍ବୁଲ୍ । ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୧୧୫ ରୁ ୧୨୫ କିଲୋମିଟର ମଧ୍ୟରେ ରହିବ ଏବଂ ବେଳେବେଳେ ପବନର ବେଗ ବଢି ଘଣ୍ଟାପ୍ରତି ୧୪୦ କିଲୋମିଟର ରହିବ ବୋଲି ସ୍ବତନ୍ତ୍ର ରିଲିଫ କମିସନରଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ବୁଲ୍ବୁଲ୍’ ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ
|
November 9, 2019 |



