ମାଟ୍ରିକ ପରୀକ୍ଷା ବାତିଲ୍

Spread the love

ଭୁବନେଶ୍ୱର,୨୧/୦୪/୨୧ (ସନ୍ଧାନ ନିଉଜ) :  ମାଟ୍ରିକ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା  । ପରୀକ୍ଷା ବାତିଲ କଲେ ରାଜ୍ୟ ସରକାର  । କରୋନା ସଂକ୍ରମଣ ବଢ଼ୁଥିବାରୁ ପରୀକ୍ଷା ବାତିଲ  । ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏକ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ଘୋଷଣା କରିଛନ୍ତି। ମନ୍ତ୍ରୀ କହିଛନ୍ତି, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ପଦ୍ଧତି ଅନୁସାରେ ଛାତ୍ରଛାତ୍ରୀଙ୍କ ଫଳାଫଳ ପ୍ରକାଶ କରାଯିବ। ଯେଉଁ ଛାତ୍ରଛାତ୍ରୀମାନେ ଏଥିରେ ଅସନ୍ତୋଷ ପ୍ରକାଶ କରିବେ ସେମାନେ ପରବର୍ତ୍ତୀ ସମୟରେ ପରୀକ୍ଷା ଦେଇପାରିବେ । ସୂଚନାଯୋଗ୍ୟ, ରାଜ୍ୟ ସରକାର ଚଳିତବର୍ଷ ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖିଥିଲେ। ଜୁନ ୧ରେ କରୋନା ସ୍ଥିତିର ସମୀକ୍ଷା କରିବା ପରେ ନିଷ୍ପତ୍ତି ନେବେ ବୋଲି ପୂର୍ବରୁ ଘୋଷଣା କରିଥିଲେ। କିନ୍ତୁ ଗତକାଲି ଛାତ୍ରଛାତ୍ରୀମାନେ ରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବା ପରେ ସରକାର ଆଜି ଏ ନେଇ ଚୂଡ଼ାନ୍ତି ନିଷ୍ପତ୍ତି ନେଇଛନ୍ତି।

Related Posts

About The Author

Add Comment