ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତ ତଥ୍ୟ ଦେଲେ ସରକାର

Spread the love

ଭୁୁବନେଶର , ୦୫/୦୫/୨୦ (ସନ୍ଧାନ ନିଉଜ) : ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଗଞ୍ଜାମ ଜିଲ୍ଲାରେ ଏବଂ ତାଙ୍କର ବୟସ ୧୮ ବର୍ଷ। ସେ ଜଣେ ସୁରତ ଫେରନ୍ତା ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଯୁବକ ସରକାରୀ ସଙ୍ଗରୋଧରେ ଥିଲେ। ସେ କାହା ସଂସ୍ପର୍ଶରେ ଆସିଥିଲେ, ସେ ନେଇ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରେ ଏହାକୁ ମିଶାଇ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଥିବା ସୂଚନା ଦିଆଯାଇଛି।

Related Posts

About The Author

Add Comment