୨୯ ପାଇବ ମାଟ୍ରିକ ପରୀକ୍ଷା ଫଳ

Spread the love

ଭୁବନେଶ୍ୱର,୨୭/୦୭ (ସନ୍ଧାନ ନିଉଜ) : ଆସନ୍ତା ୨୯ ଜୁଲାଇ, ବୁଧବାର ଦିନ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ବୋର୍ଡର ୨ଟି ୱେବ୍‌ସାଇଟ୍‌ ଏବଂ ଏସଏମଏସ ଜରିଆରେ ଛାତ୍ରଛାତ୍ରୀମାନେ ନିଜର ଫଳାଫଳ ଜାଣିପାରିବେ ବୋଲି ମନ୍ତ୍ରୀ ଦାଶ କହିଛନ୍ତି। ବୋର୍ଡର ଓ୍ୱେବସାଇଟ bseodisha.nic.in ଓ SMS ମାଧ୍ୟମରେ ଛାତ୍ରଛାତ୍ରୀମାନେ ମାଟ୍ରିକ ପରୀକ୍ଷାଫଳ ସେମାନଙ୍କର ପରୀକ୍ଷା ଫଳ ଜାଣିପାରିବେ।

ସେହିପରି ଅଗଷ୍ଟ ତୃତୀୟ ସପ୍ତାହ ମଧ୍ୟରେ ଯୁକ୍ତ ୨ ରେଜଲ୍ଟ ପ୍ରକାଶ ପାଇପାରେ। ଅଗଷ୍ଟ ୩ୟ ସପ୍ତାହ ମଧ୍ୟରେ ବିଜ୍ଞାନ ଓ ବାଣିଜ୍ୟ ଏବଂ ମାସ ଶେଷ ସୁଦ୍ଧା ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ଚଳିତବର୍ଷ ଫେବୃୟାରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ରାଜ୍ୟରେ ୨୮୮୮ କେନ୍ଦ୍ରରେ ମୋଟ ୫ଲକ୍ଷ ୬୦ ହଜାର ୯୦୫ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ୬୦ ଟି କେନ୍ଦ୍ରରେ ମୂଲ୍ୟାୟନ ହୋଇଥିଲା। ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ ଜୁଲାଇ ୩୧ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ କରିବାକୁ ସ୍ପଷ୍ଟ କରିଥିଲା ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ। କରୋନା ଭାଇରସ୍ କରାଣରୁ ଖାତା ଦେଖା ବିଳମ୍ବ ହୋଇଥିଲା। ମାଟ୍ରିକ ରେଜଲ୍ଟ ପ୍ରକାଶରେ ଡେରି ହୋଇଛି।

 

 

Related Posts

About The Author

Add Comment