୭ଦଫା ଦାବିରେ ସମୁହ ଆଶା କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

Spread the love

ବାଲିଗୁଡ଼ା,୩୦/୧୧/୨୨(ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ):  ୦୭ ଦଫା ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଲେ ସମୁହ ଆଶା କର୍ମୀ । ଆଶା କର୍ମୀ ମାନଙ୍କର ଦୀର୍ଘ ଦିନର ନ୍ୟାର୍ଯ୍ୟ ଦାବି ପୂରଣ ହୋଇନଥିବାରୁ ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଓଡ଼ିଶା ଆଶା କର୍ମୀ ସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବାସହ ସାରା ରାଜ୍ୟରେ ଏହି ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛି ସଂଘ । ଦାବି ପୂରଣ ନହେବା ଯାଏ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି ରହିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।

Related Posts

About The Author

Add Comment